ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି ବୈଠକରେ ମକର ସଂକ୍ରାନ୍ତି, ସୂର୍ଯ୍ୟୋପରାଗ ଏବଂ ନୂଆବର୍ଷର ନୀତିକାନ୍ତି ସଂକ୍ରାନ୍ତରେ ଆଲୋଚନା ହେବ।  ମୁଖ୍ୟ ପ୍ରଶାସକ କ୍ରିଶନ କୁମାର, ଜିଲାପାଳ ବନଓ୍ବନ୍ତ ସିଂ, ଏସପି ଉମାଶଙ୍କର ଦାସ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଛତିଶା ନିଯୋଗ ନାୟକ, ଜନାର୍ଦ୍ଧନ ପାଟ୍ଟଜୋଶୀ ମହାପାତ୍ର ପ୍ରମୁଖ ବୈଠକରେ ଯୋଗ ଦେଇଛନ୍ତି।

ଶ୍ରୀମନ୍ଦିରରେ ଗତ ସୋମବାରଠାରୁ ପହିଲି ଭୋଗ ଆରମ୍ଭ ହୋଇଯାଇଛି। କିନ୍ତୁ ଏହା ମାସେ ପର୍ଯ୍ୟନ୍ତ ଚାଲିବ। ନୀତି ସବ୍‌କମିଟିରେ ପହିଲି ଭୋଗ ନୀତି ଚୂଡ଼ାନ୍ତ ହୋଇଥିଲେ ମଧ୍ୟ ଛତିଶା ନିଯୋଗ ବୈଠକରେ ଏହା ଉପରେ ଆଲୋଚନା କରାଯିବ। ଏହିସବୁ ସ୍ବତନ୍ତ୍ର ଦିନଗୁଡ଼ିକରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା କିଭଳି ରହିବ, ଠିକ୍‌ ସମୟରେ ଠାକୁରଙ୍କ ନୀତିକାନ୍ତି ବିଷୟରେ ତର୍ଜମା କରାଯିବ। ସେହିପରି ଆସନ୍ତା ୨୬ ତାରିଖରେ ସୂର୍ଯ୍ୟୋପରାଗ। ନୀତି ସବ୍‌ କମିଟିରେ ସୂର୍ଯ୍ୟୋପରାଗ ପାଇଁ ସ୍ବତନ୍ତ୍ର ନୀତି ସଂକ୍ରାନ୍ତରେ ଆଲୋଚନା କରାଯାଇଥିଲେ ମଧ୍ୟ ଛତିଶା ନିଯୋଗ ଏବଂ ପରିଚାଳନା କମିଟିରେ ଏଥିରେ ମୋହର ଲଗାଯିବ। ସେହିପରି ନୂଆବର୍ଷରେ ଲକ୍ଷ ଲକ୍ଷ ଭକ୍ତ ଶ୍ରୀମନ୍ଦିରକୁ ଆସିବାକୁ ଥିବାରୁ ଠାକୁରଙ୍କ ନୀତିକାନ୍ତି ଏବଂ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳା ନେଇ ତର୍ଜମା କରାଯିବ। ଏହିସବୁ ଦୃଷ୍ଟିକୋଣରୁ ଛତିଶା ନିଯୋଗ ବୈଠକ ବେଶ୍‌ ଗୁରୁତ୍ୱ ବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri