ଛତ୍ରପୁର ହସ୍ପିଟାଲ ପ୍ରତି ଅବହେଳା ଅଭିଯୋଗ

ଛତ୍ରପୁର,୫ା୮(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୦୦ ନୂଆ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ଏହାକୁ ରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତିି। ଏନେଇ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ହସ୍ପିଟାଲ ପାଇଁ ଉକ୍ତ ନୂତନ ପଦବୀରୁ ଗୋଟିଏ ମଧ୍ୟ ନିଯୁକ୍ତି ବ୍ୟବସ୍ଥା ନ ଥିବା ତାଲିକାରୁ ଜଣାପଡିଛି। ଏନେଇ ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ପୁଣି ଅବହେଳା କରାଯାଇଥିବା ନେଇ ମଣ୍ଡଳ ଭାଜପା ସଭାପତି ତଥା ଓକିଲ ପ୍ରଦୀପ ପାଢୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଛତ୍ରପୁର ହସ୍ପିଟାଲରେ ୨୨ ଡାକ୍ତର ରହିବା ବଦଳରେ ମାତ୍ର ୮ ଜଣ ଅଛନ୍ତି। ଏଣୁ ଏଠାରେ ନୂତନ ଡାକ୍ତର ନିଯୁକ୍ତି ହେଲେ ଖାଲି ପଡିଥିବା ପଦବୀ ପୂରଣ କରିବାକୁ ସେ ଦାବି କରିଛନ୍ତିି। ଉକ୍ତ ୮ ଙ୍କ ମଧ୍ୟରେ ଜଣେ ସିନିୟର ଡାକ୍ତର ଓ ଅନ୍ୟ ୭ ସ୍ପେଶାଲିଷ୍ଟ ରହିଛନ୍ତି। ମିଳିିଥିବା ସୂଚନା ଅନୁସାରେ, ୧୨ ଜୁନିୟର ଡାକ୍ତର ଓ ୧୦ ସ୍ପେଶାଲିଷ୍ଟ ରହିବା କଥା। ମାତ୍ର ଛତ୍ରପୁର ହସ୍ପିଟାଲରେ ଜଣେ ମଧ୍ୟ ଜୁନିୟର ଡାକ୍ତର ନାହାନ୍ତି। ଜୁନିୟର ଡାକ୍ତର ନିଯୁକ୍ତ ହେଲେ ଛତ୍ରପୁର ହସ୍ପିଟାଲରେ ଲାଗି ରହିଥିବା ଡାକ୍ତର ସମସ୍ୟା ଦୂର ହୋଇପାରିବ ବୋଲି ଓକିଲ ପାଢୀ କହଛନ୍ତି। ଏବେ ଜିଲାରେ ଛତ୍ରପୁର ଓ ଭଞ୍ଜନଗରରେ ଉପଖଣ୍ଡ ହସ୍ପିଟାଲ, ବ୍ରହ୍ମପୁରରେ ହେଡକ୍ୱାର୍ଟର ହସ୍ପିଟାଲ ତଥା ସିଟି ହସ୍ପିଟାଲ ରହିଛି। ଏଥିସହ ପ୍ରତି ବ୍ଲକରେ ଗୋଟିଏ ଲେଖାଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଜିଲାର ଆସିକା ଓ ହିଞ୍ଜିଳି ସ୍ବାସ୍ଥ୍ୟକେନ୍ଦ୍ରକୁ ଉପଖଣ୍ଡ ହସ୍ପିଟାଲ ମାନ୍ୟତା ଦେଇ ଏଠାରେ ଡାକ୍ତର ପଦବୀ ପୂରଣ ପାଇଁ ନୂତନ ଭାବେ ସୃଷ୍ଟି ହୋଇଥିବା ୨୦୦୦ ଡାକ୍ତର ପଦବୀରେ ବ୍ୟବସ୍ଥା କରାଯାଇଛି। ଉକ୍ତ ତାଲିକାରୁ ମିଳିଥିବା ସୂଚନା ଅନୁସାରେ ଆସିକା ଉପଖଣ୍ଡ ହସ୍ପିଟାଲ ପାଇଁ ୧୨ ଓ ହିଞ୍ଜିଳି ଉପଖଣ୍ଡ ହସ୍ପିଟାଲ ପାଇଁ ୧୩ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ସେହିପରି ବରିଡା, ସୁନାଥର ଓ ହୁଗୁଳାପଟା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ନୂଆ) ପାଇଁ ଗୋଟିଏ ଲେଖାଏ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri