ଛାଡ଼ପତ୍ରକୁ ନେଇ ଥିଲେ ଡିପ୍ରେସନରେ: ୩୪ବର୍ଷ ବୟସରେ ଆତ୍ମହତ୍ୟା କଲେ ଅଭିନେତା

ହାଇଦ୍ରାବାଦ: ସିନେମାଜଗତରୁ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସୁଛି। ବର୍ଷ ୨୦୨୨ରେ ଅନେକ ତାରକା ଦୁନିଆରୁ ବିଦାୟ ନେଇଛନ୍ତି। ଏହି କ୍ରମରେ ଆଉ ଜଣେ କଳାକାର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାମିଲ ଫିଲ୍ମ ଏବଂ ଟେଲିଭିଜନ ଧାରାବାହିକର ଜଣାଶୁଣା ଅଭିନେତା ଲୋକେଶ ରାଜେନ୍ଦ୍ରନ ମାତ୍ର ୩୪ ବର୍ଷ ବୟସରେ ଚରମ ନିଷ୍ପତ୍ତି ନେଇ ପ୍ରଶଂସକଙ୍କୁ ଚମକାଇଛନ୍ତି।

ଲୋକେଶ ନିଜର ବୈବାହିକ ଜୀବନକୁ ନେଇ ଚିନ୍ତାରେ ଥିଲେ। ସେ ବିବାହିତ ଥିବା ବେଳେ ତାଙ୍କର ଦୁଇଟି ସନ୍ତାନ ଅଛନ୍ତି। ହେଲେ କିଛି ମାସ ମଧ୍ୟରେ ଲୋକେଶ ଏବଂ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାବଣା ହୋଇଥିଲା। ଏହି କାରଣରୁ ତାଙ୍କ ସ୍ତ୍ରୀ ଚାରିଦିନ ପୂର୍ବେ ଲୋକେଶଙ୍କୁ ଛାଡ଼ପତ୍ର କାଗଜ ପଠାଇଥିଲେ। ଏହାକୁ ନେଇ ସେ ଚିନ୍ତାଗ୍ରସ୍ତ ରହୁଥିଲେ। ମଦ ବି ସେ ପିଇବା ସହ ଚେନ୍ନାଇ ମୁଫସିଲ ବସ୍‌ ଟର୍ମିନାଲରେ ଶୋଉଥିଲେ। ସୋମବାର ତାଙ୍କୁ କିଛି ଯାତ୍ରୀ ଦେଖି ସେ ଅସୁସ୍ଥ ଥିବା ଅନୁମାନ କରିଥିଲେ। ଏହାପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ରାଜକୀୟ କିଲପୌକ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଅକ୍ଟୋବର ୪ ମଙ୍ଗଳବାର ରାତିରେ ତାଙ୍କର ନିଧନ ହୋଇଯାଇଛି।

ତେବେ ଏହି ମାମଲାରେ ପୋଲିସ ସିଆର୍‌ପିସିର ଧାରା ୧୭୪ ଅନୁଯାୟୀ କେସ୍‌ ରୁଜୁ କରିଛି। ଲୋକେଶ ଜଣେ ଶିଶୁ କଳାକାର ଭାବେ ଖ୍ୟାତି ଅର୍ଜନ କରିଥିଲେ। ଏହାପରେ ଅଭିନେତା ଭାବେ ୧୫୦ରୁ ଅଧିକ ଧାରାବାହିକ ସହ ୧୫ରୁ ଅଧିକ ଫିଲ୍ମରେ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri