ଛାତରୁ ଠେଲି ବୃଦ୍ଧଙ୍କୁ ହତ୍ୟା: ଦମ୍ପତି ଅଟକ

ପୁରୀ ଅଫିସ,୫।୧: ପୁରୀ ଟାଉନ ଥାନା ଅଧୀନ ପଥୁରିଆ ସାହିରେ ରବିବାର ପୂର୍ବାହ୍ନରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ନାରାୟଣ ମହାରଣା(୭୫)। ଘର ଭଡ଼ାକୁ କେନ୍ଦ୍ରକରି ଭଡ଼ାଟିଆ ଦମ୍ପତି ନାରାୟଣଙ୍କୁ ଛାତରୁ ଠେଲି ହତ୍ୟା କରିଥିବା ସାହି ବାସିନ୍ଦା ଅଭିଯୋଗ କରିଛନ୍ତି। ଏ ନେଇ ଦମ୍ପତିଙ୍କୁ ଅଟକ ରଖାଯାଇଥିବା ବେଳେ ସେମାନଙ୍କ ଗିରଫ ଦାବିରେ ସାହି ବାସିନ୍ଦା ଥାନା ଘେରାଉ କରିଛନ୍ତି ।
ସୂଚନାଯୋଗ୍ୟ, ଅଟକ ଦମ୍ପତି ଦୀର୍ଘଦିନ ଧରି ଭଡାସୂତ୍ରରେ ନାରାୟଣଙ୍କ ଘରେ ରହୁଥିଲେ। ତେବେ ଭଡ଼ା ଟଙ୍କା ଦେଉ ନ ଥିବାରୁ ସେମାନଙ୍କ ମଧ୍ୟରେ ବିବାଦ ଲାଗି ରହୁଥିଲା। ପୂର୍ବରୁ ଘର ଖାଲି କରିବାକୁ ପୋଲିସ ଓ ସାହି ପଡ଼ିଶା ଲୋକଙ୍କ ଉପସ୍ଥିତିରେ ବୁଝାମଣା ହୋଇଥିଲା। ଘର ଛାଡିବାକୁ ଦମ୍ପତି ୫ମାସ ସମୟ ନେଇଥିଲେ । ମାତ୍ର ରବିବାର ପୂର୍ବାହ୍ନରେ ଭଡ଼ାରେ ରହୁଥିବା ଦମ୍ପତି ନାରାୟଣଙ୍କୁ ଠେଲି ଦେଇଥିଲେ। ନାରାୟଣଙ୍କ ପାଟି ଶୁଣି ସାହି ପଡ଼ିଶା ପହଞ୍ଚିବା ବେଳେ ସେ ତଳେ ପଡ଼ିଥିବା ଦେଖିବାକୁ ପାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri