କଟକ ଅଫିସ,୧୮ା୪: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ ତାଙ୍କ ମୁହଁର ତଳ ପାର୍ଶ୍ୱ ଛାତିରେ ଲାଗିଯାଇଥିଲା।
କରୋନାଜନିତ ଚିନ୍ତାରେ ସମଗ୍ର ରାଜ୍ୟ ବ୍ୟଥିତ ହେଉଥିବାବେଳେ ଏସ୍ସିବି ମେଡିିକାଲ କଲେଜ ଓ ହସ୍ପିଟାଲର ଡାକ୍ତରମାନେ ଏକ ସଫଳପୂର୍ଣ୍ଣ ଅସ୍ତ୍ରୋପଚାର କରିଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲା ଆସ୍କା ଥାନା ଅନ୍ତର୍ଗତ ବଡ଼ଖୋଲି ଗ୍ରାମର ପୂଜା ସେଠୀ (୧୪) କିଛି ମାସ ତଳେ ପୋଡ଼ି ହୋଇଯାଇଥିଲେ। ସନ୍ଧ୍ୟା ଦୀପ ଲଗାଉଥିବାବେଳେ ତାଙ୍କ ଶରୀରରେ ନିଆଁ ଲାଗିଯାଇଥିଲା। ଗୁରୁତର ଅବସ୍ଥାରେ ପୂଜାଙ୍କୁ ପ୍ରଥମେ ଆସ୍କା ଡାକ୍ତଖାନା ଏବଂ ପରେ ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଡାକ୍ତରମାନେ ତାଙ୍କୁ ଏସ୍ସିବିକୁ ସ୍ଥାନାନ୍ତରିତ କରିଥିଲେ। ଏସ୍ସିବି ମେଡିକାଲରେ ଦୀର୍ଘ ଦିନ ଧରି ଚିକିତ୍ସା ହେବା ପରେ ଗତ ଜାନୁୟାରୀ ମାସରେ ତାଙ୍କୁ ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଗତ ୬ତାରିଖରେ ପ୍ରଫେସର ବିଭୂତି ଭୂଷଣ ପଟ୍ଟନାୟକଙ୍କ ନେତୃତ୍ୱରେ ଡା. ଆଶିଷ ପଟ୍ଟନାୟକ, ଡା. ରଶ୍ମିରଞ୍ଜନ ମହାନ୍ତି, ଡା. ଦୀପକ ସାହୁ, ଡା. ମହେଶ ମଣ୍ଡଳ, ଏବଂ ଡା. ରୋଜାଲିନ ମିଶ୍ର ସଫଳତାର ସହ ଏହି ଅସ୍ତ୍ରୋପଚାର କରିଥିଲେ।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍
ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…
ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍, CHC ଭରସା ମାତ୍ର ଜଣେ ଡାକ୍ତର
ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…
ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି
ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…
ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ
ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…
କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ
କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…
ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ
ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…
ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର
ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…
ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା
ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଏଥର…
Archives

