ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ଅଶୋକ କୁମାର ସ୍ବାଇଁଙ୍କୁ ସହକାରୀ ଶିକ୍ଷକଙ୍କ ନିଲମ୍ବିତ ସମ୍ପର୍କିତ ଚିଠି ପ୍ରଦାନ କରାଯାଇଥିବା ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା କହିଛନ୍ତି। ଗତ ୨୨ ତାରିଖରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବହି ହଜିଯିବାରୁ ଶିକ୍ଷକଙ୍କୁ ଜଣାଇଥିଲେ। ଶିକ୍ଷକ ଜଣକ ରାଗିଯାଇ ଛାତ୍ରଙ୍କୁ କାଠ ଫାଳିଆରେ ପିଟିଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ର ଦିଗପହଣ୍ଡି ଥାନାରେ ଏନେଇ ଏତଲା ଦେଇଥିଲେ। ଆଇଆଇସି ବସନ୍ତ କୁମାର ସେଠୀ ନଂ.୧୯/୨୦ ଦଫା ୨୯୪/୩୨୩/୩୪୧/୫୦୬ରେ ଅଭିଯୁକ୍ତ ଶିକ୍ଷକଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?