ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା

କୋରୁକୋଣ୍ଡା ୨୯।୧(ଡି.ଏନ୍‌.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତୀଗୁଡ଼ାସ୍ଥିତ ଏରାକୁସୁମୀ ଗ୍ରାମର ହାଧୁ ଖରା।
ସୂଚନାଯୋଗ୍ୟ, ସକାଳୁ ହାଧୁ ସାଇକେଲ ଯୋଗେ ପୋଟରେଲ ଆଶ୍ରମ ବିଦ୍ୟାଳୟରେ ୪ର୍ଥ ଶ୍ରେଣୀରେ ପଢ଼ୁଥିବା ପୁଅ ଲକ୍ଷ୍ମଣଙ୍କୁ ଭେଟିବାକୁ ଛାତ୍ରବାସ ଯାଉଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଉକ୍ତ ବାଇକ୍‌ରେ ଆସୁଥିବା ୩ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ କୋରକୋଣ୍ଡା ଗୋଷ୍ଠୀ ସ୍ଥ୍ୟାସ୍ଥକେନ୍ଦ୍ର ଭର୍ତ୍ତି କରାଯାଇଛି।ଗୁରୁତରମାନେ ହେଲେ ଏରା କବାସି (୨୫), ସୀଶା ମାଡ଼କାମୀ (୩୦), ନନ୍ଦ ମାଢ଼ୀ (୩୫)।
ଖବରପାଇ ମାଲକାନଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି। ଏହା ସହ ବାଇକ୍‌କୁ ଜବତ କରି ଥାନାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri