ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ତାଳଚେର, ୨୪ା୬(ନି.ପ୍ର.)- ସମଲ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ମୁତାବକ, ଗତ ୧୩ ତାରିଖରେ ଛାତ୍ରୀ ଜଣକ କେଉଁଆଡେ ନିଖୋଜ ହୋଇଯାଇଥିଲେ। ଘର ଲୋକେ ଖୋଜାଖୋଜି ପରେ କୌଣସି ସନ୍ଧାନ ପାଇ ନ ଥିଲେ। ୧୮ ତାରିଖ ସକାଳେ ଛାତ୍ରୀଙ୍କ ମା’ଙ୍କ ପାଖକୁ ୯୪୩୮୮୩୨୩୩୪ ଓ ୯୩୮୧୧୮୩୯୨୦ ନମ୍ବରରୁ କେହି ଫୋନ କଲ କରି ତାଙ୍କ ଝିଅଙ୍କୁ ଅପହରଣ କରିଥିବା କହିଥିଲେ। ଏଥିସହ ୨୦ ଲକ୍ଷ ଟଙ୍କା ନ ଦେଲେ ହତ୍ୟା କରିବାକୁ ଧମକ ମିଳିଥିବା ଅଭିଯୋଗରେ ଦର୍ଶାଯାଇଛି। ଏହା ପରେ ରବିବାର ଛାତ୍ରୀଙ୍କ ମା’ ସମଲ ଥାନାରେ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଏଥିରେ ତତ୍ପରତା ଦେଖାଉ ନ ଥିବା ଅଭିଯୋଗ କରି ସୋମବାର ପୋଲିସ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଝିଅକୁ ଉଦ୍ଧାର କରିବାକୁ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଆଇଆଇସି ସୁନୀଲ କର କହିଛନ୍ତି, ମାମଲା ରୁଜୁ କରାଯାଇ ତଦନ୍ତ ଚାଲଇଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri