ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ବିଦ୍ୟାଳୟରେ ଉତ୍ତେଜନା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜନୈକା ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିନେଇ ଗୁରୁବାର ବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖା ଦେଇଥିଲା। ଅସଦାଚରଣ କରିଥିବା ଶିକ୍ଷକଙ୍କୁ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଅଟକ ରଖିଥିଲେ। ଖବର ପାଇ ବାରିପଦା ସଦର ଥାନା ପୋଲିସ ଶିକ୍ଷକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ପୋଲିସକୁ ମଧ୍ୟ ଅଟକ ରଖିଥିଲେ। ବିଦ୍ୟାଳୟ ପରିସରରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଅଭିଯୋଗ ଅନୁଯାୟୀ, ବୁଧବାର ଛାତ୍ରୀ ଜଣକ ମଧ୍ୟାହ୍ନଭୋଜନ ସାମଗ୍ରୀ ଆଣିବା ପାଇଁ ବିଦ୍ୟାଳୟର ଅଫିସ ଗୃହକୁ ଯାଇଥିଲେ। ଏହି ସମୟରେ ଏକୁଟିଆ ପାଇ ସମ୍ପୃକ୍ତ ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିଲେ। ଏ ନେଇ କାହାକୁ କିଛି ନ ଜଣାଇବା ପାଇଁ ଧମକ ମଧ୍ୟ ଦେଇଥିଲେ। ଛାତ୍ରୀ ଜଣକ ଘରକୁ ଫେରି ଭୟରେ କାହାକୁ କିଛି ଜଣାଇ ନ ଥିଲେ। ଗୁରୁବାର ସେ ବିଦ୍ୟାଳୟ ଯିବାକୁ ମନା କରିଥିଲେ। ପରିବାର ଲୋକେ କାରଣ ପଚାରିବାରୁ ଛାତ୍ରୀ ଜଣକ ଶିକ୍ଷକଙ୍କ ଅସଦାଚରଣ କଥା କହିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକେ ବିଦ୍ୟାଳୟକୁ ଯାଇ ସମ୍ପୃକ୍ତ ଶିକ୍ଷକଙ୍କୁ କୈଫିୟତ ମାଗିଥିଲେ। ପରେ ବିଦ୍ୟାଳୟରେ ଉତ୍ତେଜନା ଦେଖାଯାଇଥିଲା। ବିଦ୍ୟାଳୟ ପରିସରରେ ଥିବା ଏକ କାରକୁ ଲୋକେ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri