ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ମଧ୍ୟ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି ା
ପୋଲିସ ସୂଚନା ଅନୁଯାୟୀ ଗତ ବୁଧବାର ଯୋଡା ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ(ଡବ୍ଲ୍ୟୁଇଓ) ପରିଦର୍ଶନକୁ ଯାଇଥିବା ବେଳେ ଅଭିଯୁକ୍ତ ପ୍ରଧାନଶିକ୍ଷକ ବାଣେଶ୍ୱର ପାତ୍ର ଛାତ୍ରୀନିବାସର ୨ ଜଣ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଥିଲା। ଛାତ୍ରୀମାନେ ଏ ନେଇ ଡବ୍ଲ୍ୟୁଇଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟର ରୋଷେୟାଙ୍କୁ ତଦନ୍ତ ପାଇଁ ଯୋଡା ବ୍ଲକକୁ ଡକାଇଥିଲେ। ଏହି ଘଟଣାରେ କ୍ଷୁବ୍ଧ ହୋଇ ପ୍ରଧାନଶିକ୍ଷକ ଛାତ୍ରୀମାନଙ୍କୁ କୁଆଡ଼େ ଧମକଚମକ ଦେଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ୧୫ ଜଣ ଛାତ୍ରୀ ଭୟରେ ଛାତ୍ରୀନିବାସ ଛାଡି ନିକଟସ୍ଥ ବେଲଦା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ଯାଇ ଆଶ୍ରୟ ନେଇଥିଲେ। ସମ୍ପୃକ୍ତ ବ୍ୟକ୍ତି ଏ ସମ୍ପର୍କରେ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଖବର ଦେବା ସହିତ ବାମେବାରୀ ପୋଲିସକୁ ଲିଖିତ ଭାବେ ଜଣାଇଥିଲେ। ଅଭିଯୋଗ ପାଇବା ପରେ ବାମେବାରୀ ପୋଲିସ ଶୁକ୍ରବାର ଦଫା ୩୫୪(ଏ), ୫୦୬ ଆଇପିସି , ୧୦,୧୨ ପୋକ୍ସୋ ଆକ୍ଟ ଅନୁଯାୟୀ ମାମଲା( ନଂ. ୧୫୭/୨୦୧୯) ରୁକୁ କରି ତଦନ୍ତ କରିବା ପରେ ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ଗିରଫ କରିଥିବା ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳର ଅଭିଭାବକ ମହଲରେ ଆଲୋଡନ ସୃଷ୍ଟି ହୋଇଛି ା ଯୋଡା ବ୍ଲକ ପକ୍ଷରୁ ଶୁକ୍ରବାର ସମ୍ପୃକ୍ତ ପ୍ରଧାନଶିକ୍ଷକ ପାତ୍ରଙ୍କୁ ନିଲମ୍ବନ କରାଯାଇ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅନ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ଚିଠି (ନଂ ୧୭୩୫. ତା ୧୫।୧୧।୨୦୧୯) ରିଖରେ ପ୍ରଧାନ ଶିକ୍ଷକ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଏଥିସହ ତାଙ୍କୁ ଛାତ୍ରୀନିବାସର ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। ଏହାମଧ୍ୟରେ ଯୋଡା ଥାନାର ମହିଳା ସବଇନ୍ସପେକ୍ଟର ସାଗରିକା ମହାନ୍ତି ବିଦ୍ୟାଳୟକୁ ଯାଇ ଘଟଣା ସମ୍ପର୍କରେ ତଦନ୍ତ କରି ଛାତ୍ରୀମାନଙ୍କ ବୟାନ ରେକର୍ଡ କରିଛନ୍ତି। ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ମଧ୍ୟ ବିଦ୍ୟାଳୟକୁ ଯାଇ ତଦନ୍ତ କରି ଫେରିଛନ୍ତି। ଘଟଣା ଦିନ ଛାତ୍ରୀନିବାସରେ ପ୍ରଧାନଶିକ୍ଷକ, ଜଣେ କର୍ମଚାରୀ ଓ ୨ଜଣ ସ୍ଥାନୀୟ ଲୋକ ଏକାଠି ହୋଇ କୌଣସି ନିଶାଦ୍ରବ୍ୟ ସେବନ କରିଥିବା ଛାତ୍ରୀମାନେ ସେମାନଙ୍କ ଅଭିଯୋଗରେ ଦର୍ଶାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଯୋଡା ବ୍ଲକର ଶିକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ଚମ୍ପୁଆ ଶିକ୍ଷାଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ କହିଛନ୍ତି, ଛାତ୍ରୀମାନଙ୍କଠାରୁ ଏନେଇ ଲିଖିତ ଅଭିଯୋଗ ମିଳିବା ପରେ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ତାଙ୍କୁ ନିଲମ୍ବିତ କରାଯାଇଛି। ବିଦ୍ୟାଳୟର ଛାତ୍ରୀନିବାସରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ପ୍ରାୟ ୩୮ ଜଣ ଛାତ୍ରୀ ରହୁଥିବାବେଳେ ସେଠାରେ ପୁରୁଷ କର୍ମଚାରୀ ନିଯୁକ୍ତି ଦିଆଯିବା ନେଇ ସ୍ଥାନୀୟ ଗ୍ରାମବାସୀ ଓ ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?