ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)। ପୋଲିସ ମାମଲା ନଂ. ୧୩/୨୦ରେ ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରିଛି।
ପ୍ରକାଶଯେ, ଜଣେ ଛାତ୍ରୀ ସ୍କୁଲକୁ ଯିବା ବେଳେ ଚିଣ୍ଟୁ ତାଙ୍କୁ ଅଶ୍ଳୀଳ ଇଙ୍ଗିତ କରି ଆସୁଥିଲେ। ରବିବାର ସ୍କୁଲରେ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀ ଜଣକ ଘରକୁ ଫେରୁଥିବା ବେଳେ ଚିଣ୍ଟୁ ତାଙ୍କୁ ରାସ୍ତାରେ ଅଟକାଇ ଅସଦାଚରଣ କରିଥିଲେ। ଏନେଇ ତାଙ୍କ ମା’ଙ୍କୁ ଜଣାଇଥିଲେ। ପରେ ପୀଡ଼ିତାଙ୍କ ମା’ ଉକ୍ତ ଯୁବକଙ୍କୁ ତାଗିଦ୍‌ କରିଥିଲେ। ହେଲେ ଯୁବକ ଜଣଙ୍କ ମହିଳାଙ୍କୁ ଠେଲାପେଲା କରିବା ସହ ଧମକଚମକ ଦେଇଥିଲେ। ପରେ ପୀଡ଼ିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri