ଛାତ୍ରୀଙ୍କୁ ଅସଦାଚରଣ: ଶିକ୍ଷକ ଗିରଫ

ବନ୍ତ,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଏକ ବିଦ୍ୟାଳୟର ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଶିକ୍ଷକ ହେଲେ ସେହି ଅଞ୍ଚଳର ସଜୀବ ଦାସ। ଏ ନେଇ ପୋଲିସ ଏକ ମାମଲା(ନଂ.୧୪/୨୦) ରୁଜୁ କରିଛି।
ଅଭିଯୋଗରୁ ପ୍ରକାଶ ଯେ, ଗତ ଗୁରୁବାର ସମ୍ପୃକ୍ତ ଛାତ୍ରୀଙ୍କୁ ସହାୟକ ଶିକ୍ଷକ ସଜୀବ ଅସଦାଚରଣ କରିବା ପରେ ଏକଥା କାହାକୁ ନ କହିବା ପାଇଁ ଧମକ ଦେଇଥିଲେ। ଛାତ୍ରୀ ଜଣଙ୍କ ଭୟଭୀତ ହୋଇ ଏ ସମ୍ପର୍କରେ କାହାକୁ କହି ନ ଥିଲେ। ଝିଅ ଦୁଇଦିନ ଧରି ବିଦ୍ୟାଳୟକୁ ନ ଯିବାରୁ ପରିବାର ଲୋକେ କାରଣ ପଚାରିଥିଲେ। ଛାତ୍ରୀ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ତାଙ୍କ ମା’ ଶନିବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସଜୀବଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରିବା ପରେ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri