ଛାତ୍ରୀଙ୍କୁ କୃମିନାଶକ ବଟିକା ଖୁଆଇଲେ ଜିଲାପାଳ

ବାଲେଶ୍ୱର ଅଫିସ, ୧୦।୨-ବାଲେଶ୍ୱର ସହର ସ୍ଥାନୀୟ ମିଶନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ସୋମବାର ଉଦ୍‌ଘାଟିତ ହୋଇଯାଇଛି ା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍କୁଲ ଛାତ୍ରୀଙ୍କୁ କୃମିନାଶକ ବଟିକା ଖୁଆଇ ଏହାର ଶୁଭାରମ୍ଭ କରିବା ସହିତ ପିଲାଙ୍କ ମାନସିକ ଓ ଶାରୀରିକ ଅଭିବୃଦ୍ଧି ପାଇଁ କୃମିନାଶକ ବଟିକାର ମହତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହା ଖାଇବା ସମ୍ପୂର୍ଣ୍ଣ ନିରାପଦ ବୋଲି କହିବା ସହ ସେ ନିଜେ ଏକ ବଟିକା ସେବନ କରିଥିଲେ।
ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ସମେତ ଅନ୍ୟାନ୍ୟ ଅଞ୍ଚଳରେ ୧ରୁ ୧୯ ବର୍ଷ ବୟସର ପିଲାମାନଙ୍କୁ କୃମିନାଶକ ଔଷଧ ଖାଇବାକୁ ଦିଆଯାଉଛି। ପିଲାମାନଙ୍କୁ ପୁଷ୍ଟିହୀନତା ଓ ରକ୍ତହୀନତାରୁ ଦୂରେଇ ରଖିବା ପାଇଁ ଏପରି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିବାବେଳେ ଆଜି ଯେଉଁ ପିଲାମାନେ ବାଦ୍‌ ପଡ଼ିଯାଇଥିବେ ସେମାନଙ୍କୁ ଆସନ୍ତା ଫେବୃୟାରୀ ୧୭ ତାରିଖରେ କୃମିନାଶକ ଔଷଧ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ଜିଲା ସ୍ବାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ସହକାରୀ ଜିଲା ଚିକିତ୍ସାଧିକାରୀ ଡା. ଶଶାଙ୍କ ଶେଖର ଚୌଧୁରୀ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଡିପିଏମ ଅନୀଲ ମହାନ୍ତି, ଜିଲା ସମାଜ ମଙ୍ଗଳ ଅଧିକାରିଣୀ କୁସୁମମାଳା ମିଶ୍ର, ଜିଲା ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ନରେଶ ଚନ୍ଦ୍ର ଦାଶ, ସହକାରୀ ଜିଲା ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ରମଣୀକାନ୍ତ ଭଞ୍ଜ, ମିଶନ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ହିମାଂଶୁ କୁମାର ନାୟକ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ, ଡିଏମ-ଆରସିଏଚ ଏଲିନା ସାମଲ ଓ ଆଶା ମ୍ୟାନେଜର ସୂର୍ଯ୍ୟଜିତ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri