Posted inଜାତୀୟ

ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ତଲବ

ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍‌ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା ପରେ ରାଜନୀତି ଜୋର୍‌ ଧରିଛି। ୟୁପି ମହିଳା କମିଶନ ଅଧ୍ୟକ୍ଷା ବିମଳା ବାଥାମ୍‌ ଏ ସମ୍ପର୍କରେ ଶାହଜାହାନପୁର ଜିଲାପାଳ ଏବଂ ଏସ୍‌ପିଙ୍କୁ ରିପୋର୍ଟ ମାଗିଛନ୍ତି। ବିମଳା କହିଛନ୍ତି, ବରିଷ୍ଠ ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ମୁମୁକ୍ଷୁ ଆଶ୍ରମରେ ପାଠ ପଢୁଥିବା ନିଖୋଜ ଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯିବ । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବାଥାମ୍‌ କହିଛନ୍ତି। ପ୍ରକାଶଥାଉ କି, ନିଖୋଜ ଛାତ୍ରୀଙ୍କ ବାପା ଏନେଇ ଥାନାରେ ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଅପରପକ୍ଷରେ ଏଭଳି ଅଭିଯୋଗକୁ ଭାଜପା ଓ ଚିନ୍ମୟାନନ୍ଦଙ୍କ ଓକିଲ ଓମ୍‌ ସିଂ ଖଣ୍ଡନ କରିଛନ୍ତି।
ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଗତ ୨୩ ତାରିଖରେ ଭିଡିଓ ଭାଇରାଲ୍‌ ହେବା ସହ ଛାତ୍ରୀ ସାହାଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହଯୋଗ ଲୋଡ଼ିଥିଲେ। ତାଙ୍କ ପାଖରେ ପ୍ରମାଣ ଥିବାରୁ ଚିନ୍ମୟାନନ୍ଦ ଛାତ୍ରୀ ଓ ତାଙ୍କ ପରିବାରକୁ ମାରିଦେବା ଲାଗି ଯୋଜନା କରୁଥିବା ଛାତ୍ରୀ ଭିଡିଓ କ୍ଲିପ୍‌ରେ ଦର୍ଶାଇଥିଲେ। ଏସମ୍ପର୍କରେ ପ୍ରିୟଙ୍କା ଟୁଇଟ୍‌ କରି ଭାଜପା ସରକାରକୁ ମହିଳା ସୁରକ୍ଷା ନେଇ ଅନେକ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?