ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ମାମଲା:  ଅଭିଯୁକ୍ତଙ୍କୁ ୫ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୨୬।୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ୨୦୧୫ରେ ଘଟିଥିବା ନାବାଳିକା ଛାତ୍ରୀ (୧୬ବର୍ଷ) ବଳାତ୍କାର ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ସୁଦାମ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ୩ ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର (ପୋକ୍‌ସୋ) ସୁଲେମାନ ଖଁା ମାମଲା ପରିଚାଳନା କରିଥିଲେ।
୨୦୧୫ ମେ ୧୩ରେ ସମ୍ପୃକ୍ତା ଛାତ୍ରୀ ଡିପ୍ଲୋମା ଏଣ୍ଟ୍ରାନ୍ସ ପରୀକ୍ଷା ଦେବାକୁ ଢେଙ୍କାନାଳ କଲେଜ ସେଣ୍ଟରକୁ ଯିବାପାଇଁ ଘରୁ ବାହାରିଥିଲେ। ଉକ୍ତ ସମୟରେ ଯାତାୟାତ ସୁବିଧା ନ ଥିଲା। ସୁଦାମ ବାଇକ୍‌ରେ ଢେଙ୍କାନାଳ ଯାଉଥିବା ଦେଖି ଝିଅକୁ ଛାଡ଼ିଦେବାକୁ ତାଙ୍କ ବାପା କହିଥିଲେ। ଫେରିବା ବେଳେ ଘରକୁ ଆଣିଦେବାକୁ କହି ଖର୍ଚ୍ଚ ବାବଦକୁ ୫୦୦ ଟଙ୍କା ଦେଇଥିଲେ। ଫେରିବା ବାଟରେ ଦଣ୍ଡାଧାର ଜଳଭଣ୍ଡାର ନିକଟରେ ଛାତ୍ରୀଙ୍କୁ ସୁଦାମ ବଳାତ୍କାର ଉଦ୍ୟମ କରିଥିଲେ। ଛାତ୍ରୀଜଣକ କୌଶଳକ୍ରମେ ସେଠାରୁ ଖସିଆସିବାରେ ସଫଳ ହୋଇଥିଲେ। ଘରେ ପହଞ୍ଚତ୍ ପରିବାର ଲୋକଙ୍କୁ ଘଟଣା କହିଥିଲେ। ଏ ନେଇ ନଂ. ୨୯/୧୫, ଦଫା ୩୬୩, ୩୫୪(ଏ), ୩୭୬, ୫୧୧, ୫୦୬, ୩ ଏସ୍‌ସିଏସ୍‌ଟି, ପିଓଏ ଆକ୍ଟ ଓ ୮,୧୦,୧୮ ପୋକ୍‌ସୋ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ଅଭିଯୁକ୍ତଙ୍କୁ ଗିରଫ ପରେ ପୋଲିସ କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ କେସ ନଂ. ୧୨/୧୫ର ବିଚାର କରି କୋର୍ଟ ଏହି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri