ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିବା ସହ ଭଲ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ସମୟରେ ପରିବେଶ ସନ୍ତୁଳନ ରହୁନି। ଗଛ ନ ଥିବାରୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଠିକ୍‌ ସମୟରେ ବର୍ଷା ହେଉନି। ତେଣୁ ବ୍ୟାପକ ଚାରାରୋପଣର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ଜିଲାରେ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିବା ଜିଲାପାଳ କହିଥିଲେ। ପ୍ରତ୍ୟେକ ଛାତ୍ରୀଛାତ୍ର ଗୋଟିଏ ଲେଖାଏ ଗଛ ଲଗାଇବା ସହ ବର୍ଷେ ପର୍ଯ୍ୟନ୍ତ ତାହାର ଯତ୍ନ ନେବେ। ଯେଉଁ ଛାତ୍ରୀଛାତ୍ର ଗଛର ଭଲ ଯତ୍ନ ନେବେ ତାଙ୍କୁ ମାର୍କ ସହ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି କୁହାଯାଇଥିଲା। ପଲିଥିନ୍‌ ଓ ପ୍ଲ୍‌ାଷ୍ଟିକ ବ୍ୟବହାର ନ କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏଥିପାଇଁ ଛାତ୍ରୀଛାତ୍ର ନିଜେ ସଚେତନ ହେବା ସହ ଘର ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଛାତ୍ରୀଛାତ୍ରୀଙ୍କୁ ଜିଲାପାଳ ଗୋଟିଏ ଲେଖାଏ ଚାରା ପ୍ରଦାନ କରିବା ସହ ସ୍କୁଲ ପରିସରରେ ଚାରାରୋପଣ କରିଥିଲେ। ଛାତ୍ରୀଛାତ୍ର ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର କରିବେ ନାହିଁ ବୋଲି ଶପଥ ପାଠ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ଡ.ସନାତନ ପଣ୍ଡା, ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ, ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନମିତା ଦେ, ସ୍କୁଲ ପରିଚାଳନା କମିଟି ସଭାପତି ଦିଲୀପ କୁମାର ସାମଲ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ନାୟକ, ବାଉରିବନ୍ଧୁ ପଣ୍ଡା, ଦେବସ୍ମିତା ମହାନ୍ତି, ଜଗଦୀଶ ପଲେଇ, ସୁଚିତ୍ରା ପାଣିଗ୍ରାହୀ, ଅଞ୍ଜନ ବାଡତ୍ୟା, ସନ୍ତୋଷ କୁମାର ବେହେରା, ଅରୁଣ ମାନସିଂହଙ୍କ ସମେତ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri