ଛାତ୍ରୀଛାତ୍ରଙ୍କୁ ଟ୍ୟୁଶନ ଆବଶ୍ୟକ ପଡ଼ିବନି: ‘ମଧୁ ଆପ୍‌’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଯେଭଳି ପଢ଼ିବେ ଓ ବିଦ୍ୟାଳୟରେ ବୁଝି ପାରି ନ ଥିବା ପାଠକୁ ଶିକ୍ଷକ ପଢ଼ାଉଥିବା ଭିଡିଓ ଦେଖି ବୁଝିପାରିବେ ସେଥିନିମନ୍ତେ ପ୍ରସ୍ତୁତ ‘ମଧୁ ଆପ୍‌’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଆପ୍‌ ଉଦ୍‌ଘାଟନ ପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାର ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଏ ସମ୍ପର୍କରେ କଥା ହୋଇଥିଲେ ା ‘ମଧୁ ଆପ୍‌’ ଭଲ ଲାଗିଲା କି’ ପଚାରିବା ସହ ଏହା ନିଶ୍ଚିତ ଭାବେ ଗୁଣାତ୍ମକ ଶିକ୍ଷାରେ ସହାୟକ ହେବ ବୋଲି କହିଥିଲେ। ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏହି ଆପ୍‌ ପ୍ରସ୍ତୁତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ା ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଶିକ୍ଷାର ବିକାଶରେ ଏହା ସହାୟକ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଥିଲେ ା ଆଉ ଟ୍ୟୁଶନ ଆବଶ୍ୟକ ପଡ଼ିବନି ବୋଲି ଛତ୍ରପୁରସ୍ଥିତ ଅନସ୍ଲୋ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ଗାୟତ୍ରୀ ଶତପଥୀ ଓ ନବମ ଶ୍ରେଣୀ ଛାତ୍ର ପଦ୍ମନାଭ ନନ୍ଦ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳପ ବେଳେ କହିଥିଲେ ା
ଜିଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ଏହି ଭିଡିଓ କନ୍‌ଫରେନ୍ସିଂ କାର୍ଯ୍ୟକ୍ରମରେ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା, ସମଗ୍ର ଶିକ୍ଷା ଅଭିଯାନର ଡିପିସି ବିନିତା ସେନାପତି, ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀଙ୍କ ସମେତ ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀ ଶିକ୍ଷକମାନେ ଉପସ୍ଥିତ ଥିଲେ ା
ସୂଚନାଯୋଗ୍ୟ, ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଧୁ ଆପ୍‌ ପ୍ରସ୍ତୁତ ହୋଇଛି। ଏହି ଆପ୍‌କୁ ଓଡିଆ ମାଧ୍ୟମ ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଡାଉନଲୋଡ୍‌ କରି ଗଣତି, ବିଜ୍ଞାନ ଓ ଅନ୍ୟାନ୍ୟ ବିଷୟ ଉପରେ ଥିବା ନିଜର ଦ୍ୱନ୍ଦ୍ୱ ଦୂର କରିପାରିବେ ା ପ୍ରତ୍ୟେକ ପାଠ୍ୟ ବିଷୟକୁ ଜିଲାର ଶିକ୍ଷୟିତ୍ରୀ, ଶିକ୍ଷକ ସରଳ ଭାବେ ବୁଝାଇଥିବା ଭିଡିଓ କରାଯାଇଛି ା ଉକ୍ତ ଭିଡିଓ ପ୍ରସ୍ତୁତି ନିମନ୍ତେ ଛତ୍ରପୁରରେ ରେକଡିଂ ସେଣ୍ଟର ପ୍ରତିଷ୍ଠା ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri