ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ନିୟନ୍ତ୍ରକଙ୍କ ଦୁର୍ବ୍ୟବହାର: ଅଭିଯୋଗ ବିଶ୍ୱବିଦ୍ୟାଳୟ ଫାଟକରେ ୪ ଘଣ୍ଟା ପଡ଼ିଲା ତାଲା

ବାରିପଦା ଅଫିସ,୯ା୬- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ସୋମବାର କେତେଜଣ ଛାତ୍ରୀଛାତ୍ରଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରତିବାଦରେ ଛାତ୍ରୀଛାତ୍ରମାନେ ଅପରାହ୍ନ ୧୧ଟା ୩୦ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇଥିଲେ। ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଅଭିଯୋଗ ଅନୁଯାୟୀ, ସୋମବାର ଅପରାହ୍ନରେ ସେମାନେ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବ୍ୟାଜାପ୍ତି କରିବା ପାଇଁ ଏକ ଦରଖାସ୍ତ ଦେବା ପାଇଁ ପରୀକ୍ଷା ନିୟନ୍ତ୍ରକଙ୍କ କକ୍ଷଙ୍କୁ ଯାଇଥିଲେ। ପରୀକ୍ଷା ନିୟନ୍ତ୍ରକ ଗୁହାରି ଶୁଣିବା ବଦଳରେ ସେମାନଙ୍କୁ ବିଭିନ୍ନ କଟୁକଥା କହି ଦୁର୍ବ୍ୟବହାର କରି ବାହାରକୁ ତଡ଼ି ଦେଇଥିଲେ। ଏହାର ପ୍ରତିବାଦାର ସେମାନେ ଆସି ମୁଖ୍ୟ ଫାଟକରେ ଧାରଣାରେ ବସିଥିଲେ। ଖବରପାଇ ଲକ୍ଷ୍ମୀପୋଷି ଫାଣ୍ଡି ପୋଲିସ ପହଞ୍ଚି ଛାତ୍ରୀଛାତ୍ରମାନଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। ୪ ଘଣ୍ଟା ଧରି ଗେଟ୍‌ ବନ୍ଦ ରହିବାରୁ କେହି ବାହାରକୁ ଆସି ପାରି ନ ଥିଲେ କି କେହି ବାହାରୁ ବିଶ୍ୱବିଦ୍ୟାଳୟ ଭିତରକୁ ଯାଇ ପାରି ନ ଥିଲେ। ଅପରାହ୍ନ ୩ଟା ୩୦ରେ ପରୀକ୍ଷା ନିୟନ୍ତ୍ରକ ଡ. ଲକ୍ଷ୍ମୀଧର ଗିରି ଆସି ଛାତ୍ରୀଛାତ୍ରମାନଙ୍କୁ ବୁଝାଇବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏ ନେଇ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟର କୁଳପତିଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗର ତୁରନ୍ତ ବିଚାର କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ସାନନ୍ଦ କୁମାର ଦାସ, ବର୍ଷାରାଣୀ ପାତ୍ର, ସୁନନ୍ଦା ମୋଦିଙ୍କ ସମେତ ଏକାଧିକ ଛାତ୍ରୀଛାତ୍ର ଏହି ଧାରଣାରେ ସାମିଲ ହୋଇଥିଲେ। ଏ ସମ୍ପର୍କରେ ପରୀକ୍ଷା ନିୟନ୍ତ୍ରକ ଡ. ଗିରିଙ୍କୁ ପଚାରିବାରୁ ଛାତ୍ରୀଛାତ୍ରମାନଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାକୁ ସେ ଅସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri