‘ଛାତ୍ରୀଛାତ୍ରଙ୍କୁ ହସିବାର ସୁଯୋଗ ଦେବା ଆମ କର୍ତ୍ତବ୍ୟ’

ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ କହିଥିଲେ, ନାରୀମାନଙ୍କୁ ସମ୍ମାନ ଦେବା ହେଉଛି ଆମର ଧର୍ମ। ବିଶ୍ୱର ବିଭିନ୍ନ ରାଷ୍ଟ୍ର ଓ ମହାନ ବ୍ୟକ୍ତିତ୍ୱ ଜଗନ୍ନାଥ ସଂସ୍କୃତିକୁ ପାଥେୟ କରିଛନ୍ତି। ଓଡ଼ିଶାରେ ଏପରି ଠାକୁର ଆମ ପାଇଁ ଗର୍ବ। ଛାତ୍ରୀଛାତ୍ରମାନଙ୍କୁ ହସିବାର ସୁଯୋଗ ଦେବା ପ୍ରତ୍ୟେକ ପିତାମାତା ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କର୍ତ୍ତବ୍ୟ ବୋଲି କହିଥିଲେ। ଏହି ଅନୁଷ୍ଠାନର ଶତବାର୍ଷିକୀ ପାଇଁ ସେ ତାଙ୍କର ଶ୍ରଦ୍ଧା ଓ ଶୁଭେଚ୍ଛା ଜଣାଇଥିଲେ। କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଅନ୍ୟତମ ଅତିଥି ଭାବେ ଓଡିଶାର ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଶିଶୁ ପାଇଁ ଶିକ୍ଷା ଓ ସଂସ୍କାରର ଆବଶ୍ୟକତା ରହିଛି ବୋଲି କହିଥିଲେ। ବିଧାୟିକା ପ୍ରଧାନ ତାଙ୍କ ବକ୍ତବ୍ୟରେ ପ୍ରାକ୍ତନ ବିଧାୟିକା ସୁଜ୍ଞାନୀ କୁମାରୀ ଦେଓଙ୍କୁ ମନେପକାଇ ଶିକ୍ଷା ପ୍ରତି ତାଙ୍କର ଅବଦାନକୁ ପ୍ରଶଂସା କରିଥିଲେ। ଅନ୍ୟତମ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ଯୋଗ ଦେଇଥିଲେ। ଦେବେନ୍ଦ୍ର କୁମାର ମହାରଣାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମାବେଶରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ପାତ୍ର ବିବରଣୀ ପାଠ କରିବା ସହ ପରିଚାଳନା କମିଟି ଅଧ୍ୟକ୍ଷ ଦିଲ୍ଲୀପ କୁମାର ମୁଦ୍ରା ସାମଗ୍ରିକ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଧାୟିକା ପ୍ରଧାନଙ୍କ ଦ୍ୱାରା ରାଜ୍ୟପାଳଙ୍କ ସମେତ ସମସ୍ତ ଅତିଥିଙ୍କୁ ଉପଢୌକନ ପ୍ରଦାନ କରାଯିବା ସହ ଶତବାର୍ଷିକୀ ମୁଖପତ୍ର ‘ଶୁଦ୍ଧ ସର୍ଜନା’କୁ ରାଜ୍ୟପାଳ ଉନ୍ମୋଚନ କରିଥିଲେ। ସୁନାମ ଅର୍ଜନ କରିଥିବା ପୁରାତନ ଛାତ୍ରୀଛାତ୍ରଙ୍କୁ ରାଜ୍ୟପାଳ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri