ଭଞ୍ଜନଗର,୨୨।୮(ଡି.ଏନ.ଏ)- ଉଚ୍ଚଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର କେତେକ ନୂତନ ପଦକ୍ଷେପ ନେଇଛନ୍ତି। ଚଳିତ ଶିକ୍ଷା ବର୍ଷଠାରୁ କଲେଜରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନ ପାଇଁ ବାଧ୍ୟ କରାଯାଇଛି। ଯଦି ତାଠାରୁ ଉପସ୍ଥାନ କମେ ତେବେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଦେବାରୁ ବଞ୍ଚତ୍ତ କରିବା ପାଇଁ ସରକାର ପରାମର୍ଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ କଡ଼ାକଡ଼ି ଭାବେ ପାଳନ କରାଯିବା ପରେ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଛି। ଯେଉଁଠି ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମୁଛି ସେମାନଙ୍କ ଅଭିଭାବକଙ୍କୁ ଅଧ୍ୟାପକ ଜଣାଇବେ। ଗୁରୁବାର କଲେଜରେ ଅନୁଷ୍ଠିତ ଏକ ବୈଠକରେ ତାହା ନିଷ୍ପତି ନିଆଯାଇଛି। ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି ବୈଠକରେ ସଭାପତିତ୍ୱ କରିଥିଲେ। ପ୍ରାଧ୍ୟାପକ ଡ. ସୁବାସ ଚନ୍ଦ୍ର ପ୍ରଧାନ, ଡ. ରବୀନ୍ଦ୍ର ନାଥ ପାଳ, ଏସ୍. କେ. ମିଶ୍ର, ଡ଼. ବିନୋଦ ଚନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଅଧ୍ୟାପକ ଦାମୋଦର ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଆତଙ୍କ ଖେଳାଇଲା ପିକଅପ୍ ଭ୍ୟାନ୍: ଦୁଇ ବାଇକ୍କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…
ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…
ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…
ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…
ଅପରେସନ ବୈତରଣୀକୁ ବେଖାତିର, ଖୋଲମଖୁଲା ଚାଲିଛି…
ହାଟଡ଼ହୀ,୧୨l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଏସ୍ପିଙ୍କ ଅପରେସନ ବୈତରଣୀ ଅଭିଯାନକୁ ବାଲି ମାଫିଆଙ୍କ ବେଖାତିର। ବାରମ୍ବାର ଚଢ଼ାଉ, ଗାଡ଼ି ଜବତ ହେଉଥିଲେ ହେଁ ମାଫିଆ ଖୋଲମଖୁଲା ବାଲି ଚୋରାଚାଲାଣ…
ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…
‘ସମାହିତା ସେଣ୍ଟର ଉଦ୍ଘାଟିତ୍, ଉପକୃତ ହେବେ ଦିବ୍ୟାଙ୍ଗ, ଗ୍ରାମବାସୀ
କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…
ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ତଦାରଖ କଲେ ରାଜ୍ୟ ପର୍ଯ୍ୟବେକ୍ଷକ
ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଗଞ୍ଜାମ ଜିଲାର ରାଜ୍ୟ ପର୍ଯ୍ୟବେକ୍ଷକ ଚିନ୍ମୟୀ ବିଶ୍ୱାଳ ଜିଲାରେ ଚାଲିଥିବା ଘରକୁ…
ପଶ୍ଚିମ ଓଡ଼ିଶା ଶାବଳ ବଂଶର ନୂଆଖାଇ ଭେଟ୍ଘାଟ୍ ପ୍ରସ୍ତୁତି, ସଭାପତି ହେଲେ ପର୍ଶୁରାମ ସାହୁ
କେସିଙ୍ଗା,୧୨।୧୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବେଲଖଣ୍ଡି ଧବଳେଶ୍ୱର ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ଶାବଳ ବଂଶର ଏକ ନୂଆଖାଇ ଭେଟ ଘାଟ ପାଇଁ…

