ଛାତ୍ରୀଛାତ୍ର ପିଉଛନ୍ତି ନଳକୂପର ଗୋଳିଆ ପାଣି

ଲାଠୋର, ୨୩ା୬(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ଏଠାରେ ୧୩୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ଶିକ୍ଷାଦାନ ପାଇଁ ୫ ଜଣ ଶିକ୍ଷକ ନିୟୋଜିତ ଅଛନ୍ତି। ସ୍କୁଲରେ ରହିଛି ଦୁଇଟି ନଳକୂପ। ଗୋଟିଏ ନଳକୂପ ଅଚଳ ହୋଇଥିବା ବେଳେ ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି। ଏହି ପାରି ଫ୍ଲୋରାଇଡ ଯୁକ୍ତ ବୋଲି ଅଭିଯୋଗ ହେଉଛି। ଗ୍ରାମରେ ପାନୀୟ ଜଳର ଅସୁବିଧା ରହିଥିବା ବେଳେ ସ୍କୁଲ ନଳକୂପରୁ ଗୋଲିଆ ପାଣି ବାହାରିବା ପରିସ୍ଥିତିକୁ ଆହୁରି ସଙ୍ଗୀନ କରିଛି। ଅନ୍ୟନୋପାୟ ହୋଇ ବିଦ୍ୟାଳୟ କର୍ତ୍ତୃପକ୍ଷ ସେହି ଗୋଳିଆ ପାଣିକୁ ପାନୀୟ ଓ ମଧ୍ୟାହ୍ନ ଭୋଜନରେ ବ୍ୟବହାର କରୁଛନ୍ତି। ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଗବାନ ସେଠଙ୍କୁ ପଚାରିବାରୁ ପାନୀୟ ଜଳ ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି। ସରପଞ୍ଚ ବିଜୟଲକ୍ଷ୍ମୀ ବାଗଙ୍କୁ ଯୋଗାଯୋଗ କରିବାରୁ ଖପ୍ରାଖୋଲ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ସହ ଯୋଗାଯୋଗ କରି ଉକ୍ତ ନଳକୂପର ପାଣିକୁ ପରୀକ୍ଷା ପାଇଁ ପଠାଯିବ। ଏଥି ସହିତ ପାନୀୟଜଳ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ। ତେବେ ଛାତ୍ରୀଛାତ୍ରଙ୍କୁ ଅବିଳମ୍ବେ ସ୍ବଚ୍ଛ ପାନୀୟ ଜଳ କିପରି ଯୋଗାଇ ଦିଆଯାଇ ପାରିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri