ବାରିପଦା ଅଫିସ/ବଡ଼ସାହି,୧୨ା୯(ଡି.ଏନ.ଏ.)- ମୟୂଭରଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବୀରେଶ୍ୱରପୁର ଉଚ୍ଚ ବିଦ୍ୟାଳୟରେ ଥିବା ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସର ଜଣେ ଅନ୍ତେବାସୀଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକଙ୍କ ସହ ଅଞ୍ଚଳବାସୀ ସ୍କୁଲ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ବିଭାଗୀୟ ଅଧିକାରୀ ପହଞ୍ଚି ବୁଝାଶୁଝା କରିବା ପରେ ମଧ୍ୟ ବିକ୍ଷୋଭକାରୀମାନେ ଜିଦରେ ଅଡ଼ି ବସିଛନ୍ତି। ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କୁ ଦାୟୀ କରି ମୃତକଙ୍କ ମାଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତ କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ୩ଶହ ଶଯ୍ୟା ବିଶିଷ୍ଟ ଉକ୍ତ ବାଳିକା ଆଶ୍ରମରେ ୨୭୦ଛାତ୍ରୀ ରହିଆସୁଛନ୍ତି।ରବିବାର ଅପରାହ୍ନରେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଅଞ୍ଜଳି ପାତ୍ର(୧୪) ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ଛାତ୍ରୀ ନିବାସ ପରିଚାଳନା ଦାୟିତ୍ୱରେ ଥିବା ମାଟ୍ରନ ତାଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ର୍ତ୍ତିି କରିଥିଲେ। ମାତ୍ର ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ବଡ଼ସାହି ପୋଲିସ ବୁଝାଶୁଝା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍ ମେଡିକାଲକୁ ଆଣିଥିଲେ। ସୋମବାର ସନ୍ଧ୍ୟାରେ ବୈଦ୍ୟପୁର ଛକରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ ରାସ୍ତା ଦେଇ ଉଦଳା-ବାରିପଦା-ବଡ଼ସାହି ଓ ପ୍ରତାପପୁରକୁ ଚଳପ୍ରଚଳ କରୁଥିବା ଯାନବାହାନ ଅଟକି ରହିଥିଲା। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।
ଛାତ୍ରୀ ମୃତ୍ୟୁକୁ ନେଇ ସ୍କୁଲରେ ତାଲା: ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
Archives


