ଛାତ୍ର ସଂସଦ ନିର୍ବାଚନ ବାତିଲକୁ ତୀବ୍ର ବିରୋଧ : ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର ଅଫିସ,୨୫ା୮-ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା ପରେ ଏବେ ବିଭିନ୍ନ ଛାତ୍ର ସଂଗଠନ ଓ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହାକୁ ବିରୋଧ କରି ଛାତ୍ରୀଛାତ୍ର ଓ ଛାତ୍ର ସଂଗଠନ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶନିବାର ଅଖିଳ ଭାରତ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯାଇଛି ା ଏବିଭିପି ଛାତ୍ରୀଛାତ୍ରମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ଆଗରେ ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିଥିଲେ ା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ଏଭଳି ନିଷ୍ପତ୍ତି ଦ୍ୱାରା ଛାତ୍ରୀଛାତ୍ରଙ୍କ ଗଣତାନ୍ତ୍ରିକ ଅଧିକାର କ୍ଷୁଣ୍ଣ ହୋଇଥିବା ସଂଗଠନ ଅଭିଯୋଗ କରିଛି ା ନିର୍ବାଚନ ଦ୍ୱାରା ଛାତ୍ରୀଛାତ୍ରଙ୍କ ମଧ୍ୟରେ ନେତୃତ୍ୱ ବିକାଶ ହେବା ସହ ନୂତନ ଛାତ୍ରନେତା ସୃଷ୍ଟି ହେଉଥିବାର ବହୁ ଉଦାହରଣ ରହିଛି ା ନିର୍ବାଚନକୁ ବାତିଲ କରି ଛାତ୍ରୀଛାତ୍ରଙ୍କ ଅଧିକାର ଓ ନେତୃତ୍ୱକୁ ସଙ୍କୁଚିତ କରିବାକୁ ରାଜ୍ୟ ସରକାର ପ୍ରୟାସ କରୁଥିବା ସେମାନେ କହିଛନ୍ତି ା ନିର୍ବାଚନ ପାଇଁ ଶୈକ୍ଷିକ ବାତାବରଣ ନଷ୍ଟ ହେଉଥିବା ଦର୍ଶାଇ ଏହାକୁ ବାତିଲ କରିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ା ଏବେ ଅନେକ କଲେଜ ନାମରେ ଜମି ନ ଥିବା ବେଳେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଏବେ ଶିକ୍ଷକ ମରୁଡି ଦେଖାଦେଉଛି ା
ଯାହା ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ବାତାବରଣକୁ ପ୍ରଭାବିତ କରୁଛି ା କିନ୍ତୁ ସରକାର ଏଥିପ୍ରତି ଗୁରୁତ୍ୱ ନ ଦେଇ ଛାତ୍ରଙ୍କ ସ୍ବରକୁ ରୁଦ୍ଧ କରିବାକୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିବା ସେମାନେ ଅଭିଯୋଗ କରିଛନ୍ତି ା
ନିଜ ଦଳର ଗୋଷ୍ଠୀ କନ୍ଦଳକୁ ଲୁଚେଇବା ଓ ନେତାଙ୍କୁ ତୁଷ୍ଟୀକରଣ କରିବା ପାଇଁ ଏହା ଏକ ଚକ୍ରାନ୍ତ ବୋଲି ସଂଗଠନ ଦାବି କରିଛି ା ଆଗାମୀ ଦିନରେ ସରକାର ଏହାର ପୁନଃ ବିଚାର କରି ନିର୍ବାଚନ କରାଇବା ଦିଗରେ ପଦକ୍ଷେପ ଗ୍ରହଣ ନ କଲେ ରାଜ୍ୟ ବ୍ୟାପୀ ଛାତ୍ର ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଥିଲା ା
ଏହି ବିକ୍ଷୋଭ ସମାବେଶରେ ସଂଗଠନ ରାଜ୍ୟ ସମ୍ପାଦକ ଶାଶିକାନ୍ତ ମିଶ୍ର, ତୁତୁନ ପାତ୍ର, ରଞ୍ଜନ ସେଠୀ, ସୋମନାଥ ପାତ୍ର, ଅକ୍ଷୟ ପ୍ରଧାନ, ଅନନ୍ତ ପ୍ରଧାନ, ମାତାପ୍ରସାଦ ନାୟକ, ଦିନେଶ ମିଶାଲ ପ୍ରମୁଖ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri