ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଏସଏଫ୍‌ ବିକ୍ଷୋଭ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଲିକା ଦାହ

ଜୁନାଗଡ,୨୯।୮(ଡି.ଏନ.ଏ.) ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯିବା ପ୍ରତିବାଦରେ ଅଖିଳ ଭାରତୀୟ ଛାତ୍ର ସଂସଦ (ଏଆଇଏସଏଫ୍‌) ପକ୍ଷରୁ ବୁଧବାର କଳାହାଣ୍ଡି ଜିଲା ଜୁନାଗଡ ସହର ପ୍ରିୟଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶ ପୁତ୍ତଲିକା ଦାହ କରାଯାଇଛି। ପ୍ରକାଶ ଯେ, ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଓ ଛାତ୍ର ବିରୋଧି ଅଟେ। ରାଜ୍ୟ ସରକାର ଗତ କିଛିବର୍ଷ ଧରି ହିଂସା ଓ ବୃହତ୍ତର ଆଳ ଦେଖାଇ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରି ଆସୁଛନ୍ତି। ଯେଉଁ ଛାତ୍ର ସଂସଦ ନିର୍ବାଚନ ବିଟ୍ରିସ ଅମଳରେ ଅନେକ ତ୍ୟାଗ, ସଂଘର୍ଷ ରକ୍ତର ଜଳାଞ୍ଜଳୀ ଓ ବଳିଦାନ ଫଳରେ ଭାରତ ବର୍ଷର ଭବିଷ୍ୟତ ପିଲାମାନଙ୍କୁ ଗଣତାନ୍ତ୍ରିକ ଧାରାରେ ପରିଚିତ କରିବା ପାଇଁ ଏଆଇ ଏସଏଫ୍‌ ନେତୃତ୍ୱରେ ଲଢେଇ କରି ଛାତ୍ର ସମାଜ ହାସଲ କରିଥିଲେ ତାକୁ ସରକାର ଭୁଲୁଣ୍ଠିତ କରିଛନ୍ତି। ଏପରିକି ଛାତ୍ର ରାଜନିତୀରୁ ମନ୍ତ୍ରୀ ହୋଇଥିବା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ନିଜେ ନିର୍ବାଚନ ବାତିଲ ପାଇଁ ନିଷ୍ପତ୍ତି ନେବା ଦୁର୍ଭାଗ୍ୟ ଜନକ ଅଟେ। ଯେଉଁ ହିଂସାର ଆଳ ଦେଖାଇ ନିର୍ବାଚନ ବାତିଲ କରାଯାଇଛି ସେହି ହିଂସାକୁ ଦୀର୍ଘ ବର୍ଷ ଧରି ସରକାରଙ୍କ ଗୃହ ବିଭାଗ ରୋକିବାରେ ବିଫଳ ହୋଇଛି ବୋଲି ସେମାନେ ବିଷେଦଗାର କରିଥିଲେ। କେନ୍ଦ୍ର ସରକାରଙ୍କ ଭଳି ରାଜ୍ୟ ସରକାର ମଧ୍ୟ ଗଣତନ୍ତ୍ରକୁ ହତ୍ୟା କରୁଛନ୍ତି। ଏଭଳି ଛାତ୍ର ବିରୋଧି ନିଷ୍ପତ୍ତିକୁ ରାଜ୍ୟ ସରକାର ତୁରନ୍ତ ପ୍ରତ୍ୟହାର ନ କଲେ ଆଗାମୀ ଦିନରେ ସରକାର ଛାତ୍ର ଆନ୍ଦୋଳନର ସମ୍ମୁଖୀନ ହେବେ ବୋଲି ଏଆଇଏସଏଫ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ବିକ୍ଷୋଭ ପ୍ରଦର୍ଶନରେ ଏଆଇଏସଏଫ୍‌ର ଜିଲା ସଭାପତି ଜଗଦୀଶ ଦୁର୍ଗା, ଆବାହିକା ଝିଲି ବାଗ, ଜିଲା ପରିଷଦ ସଭ୍ୟ ରାଜାରାମ ଡଙ୍ଗରୀ, ନୀଳକଣ୍ଠ ନାଏକ, ଉପେନ୍ଦ୍ର କୁମାର, ପ୍ରଦ୍ୟୁମ୍ନ ସୁନାନୀ, ଜ୍ୟୋତି ପାନ, ପ୍ରହ୍ଲାଦ ମଙ୍ଗରାଜ, ମିଲି ବାଗ, ମସ୍ତକ ସୁନାନୀ, ଯମୁନା ବାଗ, ସୀମାଞ୍ଚଳ ସୁନାନୀ, ତୁଳସା ନାଗ, କୈଳାସ ବାଗ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri