ଗଞ୍ଜାମ,୧୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଲଳିତଙ୍କ ତିନି ନାତୁଣୀ ତପସ୍ବିନୀ(୯), ଲିପ୍ସା (୫) ଏବଂ ଶ୍ରାବଣୀ। ସେମାନଙ୍କ ମଧ୍ୟରୁ ତପସ୍ବିନୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପ୍ରଥମେ ସେମାନଙ୍କୁ ଖଣ୍ଡଦେଉଳୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତପସ୍ବିନୀଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ରବିବାର ବ୍ରହ୍ମପୁର ମେଡିକାଲ ନିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ରାତିରେ ଘରେ ସମସ୍ତେ ଖାଉଥିବା ସମୟରେ ହଠାତ୍ ଛାତର ପଲସ୍ତରା ଖସି ପଡ଼ିଥିଲା। ଫଳରେ ତପସ୍ବିନୀଙ୍କ ମୁଣ୍ଡ ଉପରେ କଂକ୍ରିଟ୍ ପଡ଼ି ଗଭୀର କ୍ଷତି ସୃଷ୍ଟି ହୋଇଥିଲା। ଖବର ପାଇ ସନ୍ତୋଷପୁର ସରପଞ୍ଚ ନିରଞ୍ଜନ ରେଡ୍ଡୀ ଉକ୍ତ ଗ୍ରାମରେ ପହଞ୍ଚି ଆହତ ଶିଶୁଙ୍କ ପରିବାରଙ୍କୁ ଭେଟିବା ସହ ଗଞ୍ଜାମ ତହସିଲଦାର ଓ ବିଡିଓଙ୍କୁ ଅବଗତ କରାଇଥିଲେ। ଅଭିଯୋଗ ପାଇବା ପରେ ଉକ୍ତ ପରିବାରକୁ ଇନ୍ଦିରା ଆବାସ ଯୋଗାଇ ଦିଆଯିବ ବୋଲି ବିଡିଓ ଜ୍ୟୋତିଶଙ୍କର ରାଏ ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ପିଏମ୍ ସୂର୍ଯ୍ୟଘର ଯୋଜନା: ସବ୍ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି
କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍…
ସରକାରକୁ ପୁଣି ଅଲ୍ଟିମେଟମ୍ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍କା
ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…
ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…
ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି
ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…
ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…
ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…
ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ
ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…
ପୁରୀରେ ପୁଣି ହତ୍ୟାକାଣ୍ଡ
ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…
ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…
ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…
Archives

