ଛାମୁଣ୍ଡିଆରେ ଖୋଲିଲା ଧାନମଣ୍ଡି

ଗଣିଆ,୨୨।୧୨(ଡି.ଏନ.ଏ.)-ଗଣିଆ ବ୍ଲକ ଛାମୁଣ୍ଡିଆ ସେବା ସମବାୟ ସମିତି ତରଫରୁ ଶନିବାର ସମିତି କାର୍ଯ୍ୟାଳୟ ପରିସରରେ ଚଳିତବର୍ଷର ଧାନମଣ୍ଡି ଖୋଲାଯାଇଛି ।  ପୂଜାର୍ଚ୍ଚନା ପରେ ଛାମୁଣ୍ଡିଆ ଅଞ୍ଚଳର ୧୨ଜଣ ଟୋକନ୍‌ଧାରୀ ଚାଷୀଙ୍କ ଠାରୁ ୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା ।  ମଣ୍ଡିରେ ଧାନକ୍ରୟ ସମୟରେ ଦଶପଲ୍ଲା ସ୍ଥିତ ପାତ୍ର ଫୁଡ୍ସ ମିଲ୍‌ର କର୍ମଚାରୀମାନେ ଧାନର ମାନ ପରୀକ୍ଷା କରିବା ସହ ସରକାର ଧାର୍ଯ୍ୟ କରିଥିବା ଉଚିତ ମୂଲ୍ୟରେ ଧାନକ୍ରୟ କରିଥିଲେ ।  ଏହି ଅବସରରେ ଛାମୁଣ୍ଡିଆ ସେବା ସମବାୟ ସମିତିର ସମ୍ପାଦକ କାମେଶ୍ୱର ସାହୁ, ନୟାଗଡ଼ ଜିଲା ନିୟନ୍ତ୍ରଣ ବଜାର କମିଟିର କର୍ମଚାରୀ ବସନ୍ତ କୁମାର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।  ତେବେ ଛାମୁଣ୍ଡିଆ ସେବା ସମବାୟ ସମିତି ଅଧୀନରେ ଚଳିତ ବର୍ଷ ୧୮୫ଜଣ ଚାଷୀ ଅନଲାଇନରେ ଧାନ ବିକ୍ରୟ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ଆସନ୍ତା ସୋମବାର ଆଡ଼କଟା ପଞ୍ଚାୟତର ଗୋପୀ ବଲ୍ଲଭପୁର ସେବା ସମବାୟ ସମିତି, ମଙ୍ଗଳବାର ଗଣିଆ ଓ ଓସ୍ତିଆ ସେବା ସମବାୟ ସମିତି, ବୁଧବାର ବେଲପଡ଼ା ପାଟଣା ସେବା ସମବାୟ ସମିତିରେ ଚଳିତ ବର୍ଷର ଧାନମଣ୍ଡି ଖୋଲାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri