ଛୁଟିରେ ଘରକୁ ଆସିଥିଲେ: କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨ା୭(ସ୍ବ.ପ୍ର.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ମାଓବାଦୀ ମାନେ ସକ୍ରିୟ ହୋଇଛନ୍ତି। ଜଣେ ସହକାରୀ କନଷ୍ଟେବଳଙ୍କୁ ହତ୍ୟା କରିଛନ୍ତି। ତାଙ୍କ ନାମ ସୋମାର ପୋୟାମ। ସେ ନିକଟରେ ଛୁଟିରେ ମାଥାବାଡା ଗ୍ରାମସ୍ଥିତ ନିଜ ଘରକୁ ଆସିଥିଲେ। ବୁଧବାର ରାତି ୧୦ଟାରେ କେତେକ ମାଓବାଦୀ ତାଙ୍କ ଘରେ ପଶି ପୋୟାମଙ୍କୁ ଧନୁଶର ମାରି ଟାଙ୍ଗିଆରେ ନିର୍ମମ ଭାବେ ହତ୍ୟା କରିଥିଲେ। ତାଙ୍କ ମାଆବାପାଙ୍କୁ ମଧ୍ୟ ମାଓବାଦୀମାନେ ମାଡ଼ ମାରି ଗୁରୁତର ଆହତ କରିଛନ୍ତି। ପୂର୍ବରୁ ପୋୟାମଙ୍କୁ ପୋଲିସ ଚାକିରି ଛାଡିବାକୁ ମାଓବାଦୀ ଧମକ ଦେଇଥିଲେ। ସେ ନ ଶୁଣିବାରୁ ଏପରି ହତ୍ୟାକାଣ୍ଡ ଘଟାଇଛନ୍ତି। ଘଟଣା ପରେ ପୋଲିସ ପକ୍ଷରୁ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଥିବା ବିଜାପୁର ଏସ୍‌ପି କମଲୋଚାନ କାଶ୍ୟପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri