ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ

କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ (୨୫)। ମୋଚିୟାଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ. ୨୮୩/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତ ନରି ବାରିକଙ୍କୁ ଗିରଫ କରିଛି।

ପ୍ରକାଶ ଯେ, ଗ୍ରାମର ନରି ଓ ପିଣ୍ଟୁଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଲାଗି ରହିଥିଲା। ଗତ ରବିବାର ରାତିରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ପରେ ପିଣ୍ଟୁ ଘରକୁ ଚାଲିଯାଇଥିଲା। କିନ୍ତୁ ନରିର ରାଗ ଥମିନଥିଲା। ସେ କ୍ରୋଧରେ ଏକ ଛୁରି ନେଇ ପିଣ୍ଟୁଙ୍କ ଘର ସମ୍ମୁଖରେ ଗାଳି ଗୁଲଜ କରିଥିଲା। କାହିଁକି ଗାଳି କରୁଛୁ କହି ପିଣ୍ଟୁର ବାପା ପ୍ରତିବାଦ କରିବାରୁ ନରି ମୋଚିୟାଙ୍କୁ ମାଡମାରି ଘର ଭିତରେ ପଶି ପିଣ୍ଟୁକୁ ଛୁରିରେ ଆକ୍ରମଣ କରି ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲା। ପରିବାର ଲୋକେ ଗୁରୁତର ପିଣ୍ଟୁକୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ମୋଚିଆ ସୋମବାର ଥାନାରେ ଏତଲା ଦେଇଥିଲେ। ମଙ୍ଗଳବାର ଭୋର୍‌ରେ ପିଣ୍ଟୁଙ୍କ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri