ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ। ଏ ଘଟଣାକୁ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ମାଧ୍ୟମରେ ଥାନା ଅଧିକାରୀଙ୍କ ସାହସିକତାକୁ ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ସ୍ମୃତିରଞ୍ଜନ ସେଠୀ ଓ ବଡ଼ ଭାଇ ବିଜୟଙ୍କୁ ପଚରାଉଚରା ପରେ ଗୁରୁବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁସାରେ, ପାସ୍‌ପୋର୍ଟ ଅଫିସ ନିକଟରେ ଅଭୟଙ୍କ ଦାଦା ରବୀନ୍ଦ୍ର ନାୟକ କ୍ୟାବିନ ପକାଇ ବ୍ୟବସାୟ କରନ୍ତି। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ତାଙ୍କ କ୍ୟାବିନକୁ ଓଲଟାଇ ଦେଇଥିଲେ। ସ୍ମୃତି ରଞ୍ଜନ ହିଁ ଏପରି କାଣ୍ଡ କରିଥିବା ସନ୍ଦେହ କରି ଅଭୟ ତାଙ୍କୁ ପଚାରିବାକୁ ଯାଇଥିବାବେଳେ ଉଭୟଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିଲା। ଏ ନେଇ ସ୍ମୃତି ଥାନାରେ ଅଭିଯୋଗ କରି ଫେରିବା ସମୟରେ ପାସ୍‌ପୋର୍ଟ ଛକ ନିକଟରେ ଅଭୟ ଥିବା ଦେଖି ତାଙ୍କୁ ଆକ୍ରମଣ ପାଇଁ ଯୋଜନା କରି ବଡ଼ଭାଇ ବିଜୟଙ୍କୁ ଡକାଇଥିଲେ। ସେ ପହଞ୍ଚତ୍ବା ପରେ ଉଭୟ ମିଶି ଅଭୟ ଓ ଦାଦା ରବୀନ୍ଦ୍ରଙ୍କୁ ଛୁରି ଧରି ଗୋଡ଼ାଇଥିଲେ। ତେବେ ରବୀନ୍ଦ୍ର ଖସି ପଳାଇଥିବାବେଳେ ଅଭୟଙ୍କୁ ଛୁରିରେ ଚୋଟ ପରେ ଚୋଟ ମାରିଥିଲେ। ଚିତ୍କାର ଶୁଣି ସେହି ବାଟ ଦେଇ ଯାଉଥିବା ନୟାପଲ୍ଲୀ ଥାନା ଅଧିକାରୀ ସ୍ବାଇଁ ତୁରନ୍ତ ସେଠାରେ ପହଞ୍ଚତ୍ ସ୍ମୃତିରଞ୍ଜନଙ୍କୁ ମାଡ଼ିବସିବା ସହ ଅଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥାନା ଗାଡ଼ିରେ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲେ। ପରେ ଅନ୍ୟତମ ଅଭିଯୁକ୍ତ ବିଜୟଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri