ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି ବୋଲି ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଏପରି କି କାର୍ତ୍ତିକଙ୍କ ମାଆ ଶଶି ବାରିକ ହତ୍ୟା ଘଟଣାର ପ୍ରତ୍ୟକ୍ଷଦର୍ଶୀ ଅଛନ୍ତି।
ପୋଲିସ ସୂତ୍ରରୁ ପ୍ରକାଶ, କାର୍ତ୍ତିକ ଓ ସଞ୍ଜୀବ ଉଭୟ ବାଲ୍ୟବନ୍ଧୁ। ହେଲେ ଉଭୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା। ବୁଧବାର ସନ୍ଧ୍ୟାରେ ଉଭୟ ଏକାଠି ବୁଲୁଥିଲେ। କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ରାତି ପ୍ରାୟ ୮ଟାରେ କାର୍ତ୍ତିକ ଘର ସମ୍ମୁଖରେ ଛିଡ଼ା ହୋଇଥିବାବେଳେ ସେଠାରେ ସଞ୍ଜୀବ ପହଞ୍ଚିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପାଟି ଶୁଣି ଶଶି ବାହାରକୁ ଆସି କଳି ନ କରିବାକୁ ଉଭୟଙ୍କୁ କହିଥିଲେ। ପରେ ପରିବାରର ଅନ୍ୟ ଲୋକଙ୍କୁ ଡାକିବାକୁ ଶଶି ଘର ଭିତରକୁ ଚାଲି ଯାଇଥିଲେ। ଫେରିବା ବେଳକୁ ପୁଅ କାର୍ତ୍ତିକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଶଶିଙ୍କୁ ଦେଖି ସଞ୍ଜୀବ ସେଠାରୁ ଫେରାର ହୋଇଯାଇଥିଲେ। ସଞ୍ଜୀବ ଛୁରି ଭୁସି ଦେଇଛି ବୋଲି କାର୍ତ୍ତିକ ନିଜ ମାଆଙ୍କୁ କହିଥିଲେ। ପରିବାର ଲୋକେ କାର୍ତ୍ତିକଙ୍କୁ ପ୍ରଥମେ ସିଟି ହସ୍ପିଟାଲ ପରେ ଏସ୍‌ସିବି ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର କାର୍ତ୍ତିକଙ୍କୁ ମୃତ ଘୋଷଣା କରିଥିଲେ। ରାତି ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇପାରିନାହିଁ। ଲାଲବାଗ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିଛି। ଅନ୍ୟପକ୍ଷରେ ପୋଲିସ ସଞ୍ଜୀବଙ୍କୁ ଖୋଜାଖୋଜି କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏକ ଧାରୁଆ ଅସ୍ତ୍ରରେ କାର୍ତ୍ତିକଙ୍କ ପେଟକୁ ଆକ୍ରମଣ ହୋଇଛି ବୋଲି ଲାଲବାଗ ଆଇଆଇସି ଆଶୁତୋଷ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri