ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ୧୧୫ଜଣ ପ୍ରବାସୀ ଶ୍ରମିକ ଫସିରହିଥିଲେ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ଛେଣ୍ଡିପଦା ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ସୁନିଲ କୁମାର କେରକେଟା ଓ ଛେଣ୍ଡିପଦା ତହସିଲଦାର ତଥା ମାଜିଷ୍ଟ୍ରେଟ ଡାନିଏଲ ଏକ୍କାଙ୍କ ପ୍ରତ୍ୟେକ୍ଷ ତତ୍ୱାବାବଧାନରେ ୬୪ଜଣ ପ୍ରବାସୀ ଶ୍ରମିକଙ୍କୁ ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ଛେଣ୍ଡିପଦା ଜଗନ୍ନାଥ ମନ୍ଦିର ସମ୍ମୁଖ ପଡିଆକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଧିରେନ ପ୍ରଧାନ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ଶ୍ରମିକଙ୍କୁ ବସ୍‌ ଯୋଗେ ଅନୁଗୋଳ ଜିଲା ପ୍ରଶାସନ ନିକଟକୁ ପଠାଇଦିଆଯାଇଛି। ସେଠାରୁ ଜିଲା ପ୍ରଶାସନ ସହାୟତାରେ ବସ୍‌ ଯୋଗେ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଯିବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସୂଚନା ମୁତାବକ ଏହି ଶ୍ରମିକମାନେ ଛେଣ୍ଡିପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ସ୍ବଛଭାରତ ଯୋଜନାରେ ହେଉଥିବା ପାଇଖାନା ନିର୍ମାଣ ସହ ଘରୋଇ ଭାବେ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri