ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି।
ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଗୁରୁବାର ରାତିରେ ଖଇରପାଲି ଗ୍ରାମର ଦିଲ୍ଲୀପ ସାହୁ ବେହୋସ ହୋଇ ତଳେ ପଡ଼ିଯାଇଥିଲେ। ଏହା ଦେଖି ଦିଲ୍ଲୀପଙ୍କ ସାନ ଭାଇ ଓ ସମ୍ପର୍କୀୟମାନେ ତୁରନ୍ତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ବହିର୍ବିଭାଗରେ କୌଣସି ଡାକ୍ତର ନ ଥିବାରୁ ସେଠାରେ ଉପସ୍ଥିତ ଥିବା ନର୍ସ ଡାକ୍ତରଙ୍କୁ ତାଙ୍କ ସରକାରୀ ବାସଭବନରୁ ଡାକିବା ପାଇଁ କହିଥିଲେ। ଦିଲ୍ଲୀପଙ୍କ ସମ୍ପର୍କୀୟମାନେ ବାସଭବନକୁ ଡାକିବା ପାଇଁ ଯାଇଥିଲେ ମଧ୍ୟ କୌଣସି ଡାକ୍ତର ଆସି ନ ଥିଲେ କି କୌଣସି ଚିକିତ୍ସା କରାଯାଇ ପାରି ନ ଥିଲା। ଏହାକୁ ନେଇ ଡାକ୍ତରଖାନା ପରିସରରେ ସମ୍ପର୍କୀୟମାନେ ହୋ-ହଲ୍ଲା କରିଥିଲେ। ଏପରିକି ପରିବାର ପକ୍ଷରୁ ବିଳମ୍ବିତ ରାତିରେ ଡାକ୍ତରଙ୍କ ଅବହେଳା ଦର୍ଶାଇ ଛେଣ୍ଡିପଦା ଥାନାରେ ଦିଲ୍ଲୀପଙ୍କ ଭାଇ ପ୍ରଦୀପ ଲିଖିତ ଅଭିଯୋଗ କରିଥିଲେ। ଶୁକ୍ରବାର ସକାଳେ ଖବର ପାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରତାପ ଚନ୍ଦ୍ର ବେହେରା, ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା, ଛେଣ୍ଡିପଦା ଥାନାଧିକାରୀ କନକ ମାଝୀ ସଦଳବଳେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କ ସହିତ ଆଲୋଚନା କରିଥିଲେ। ଦୀର୍ଘ ୪ଘଣ୍ଟା ଅଲୋଚନା ପରେ ଡାକ୍ତରଙ୍କ ବିରୋଧରେ ତଦନ୍ତ କରିବା ସହିତ ନିରପେକ୍ଷ ଭାବେ ମୃତଦେହ ବ୍ୟବଚ୍ଛେଦ ଓ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଅପରପକ୍ଷେ ଛେଣ୍ଡିପଦା ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri