ଛେଣ୍ଡିପଦା ବନାଞ୍ଚଳରେ ହାତୀପଲ: ସତର୍କ କଲା ବନବିଭାଗ

ଛେଣ୍ଡିପଦା,୧ା୮(ସ୍ବ.ପ୍ର) – ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଙ୍କୁରପାଳ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ବୁଧବାର ୪ଟି ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ବନ ବିଭାଗ ପକ୍ଷରୁ ଜଙ୍ଗଲକୁ ନ ଯିବା ପାଇଁ ଗ୍ରାମବାସୀଙ୍କୁ ସଚେତନ କରାଯାଇଛି। ଦୀର୍ଘଦିନ ହେବ ଏହି ହାତୀପଲ ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ପନିପରିବା ଫସଲ, କଦଳୀ ଗଛ ନଷ୍ଟ କରୁଥିବା କ୍ଷତିଗ୍ରସ୍ତ ଚାଷୀମାନେ ଅଭିଯୋଗ କରିଛନ୍ତି। ଏହି ହାତୀପଲ ଚାଙ୍ଗୁଡିଆ, ବଡବେରେଣା, କଙ୍କୁରପାଳ, ଡାହିବର, ବାହାଳସାହି, କମ୍ପସଲା, ଛେଣ୍ଡିପଦା, କରଡାବାହାଳ ଆଦି ଅଞ୍ଚଳରେ ବିଚରଣ କରୁଛନ୍ତି। ଫଳରେ ସା ହେଲେ ଗ୍ରାମବାସୀ ଛେଣ୍ଡିପଦା ସଦରମହକୁମାରୁ ଘରକୁ ଫେରିବା ପାଇଁ ଭୟ କରୁଛନ୍ତି। ଦୀର୍ଘଦିନ ହେବ ବିଳମ୍ବିତ ରାତିରେ ହାତୀ ଉପଦ୍ରବ ଲାଗି ରହିଥିବା ଯୋଗୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ କହିଛନ୍ତି, ହାତୀପଲ ଉପସ୍ଥିତିକୁ ନେଇ ବିଭାଗ ପକ୍ଷରୁ ପ୍ରତିଦିନ ସାରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମର ଜନସାଧାରଣଙ୍କୁ ଯାତାୟାତ ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସୂଚନା ଦିଆଯାଉଛି। ଏହାସହ ହାତୀପଲଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ହାତୀସ୍କ୍ବାଡଙ୍କୁ ନିୟୋଜିତ କରାଯାଇଛି। ତୁରନ୍ତ କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri