ଛେଣ୍ତିପଦା ସାଲୁଇଖମଣରେ ବାର୍‌ହା ଆତଙ୍କ: ଜୀବନ ରକ୍ଷା ଲାଗି ପୋଖରୀକୁ ଡେଇଁଲେ ବ୍ୟକ୍ତି

ଛେଣ୍ଡିପଦା,୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସାଲୁଇଖମଣ ଗ୍ରାମରେ ଏକ ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ତ୍ରିଲୋଚନ ମାଝି, ଝୁନାରାଣୀ ସାହୁ। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଏକ ବାର୍‌ହା ନିକଟସ୍ଥ ଜଙ୍ଗଲରୁ ଗ୍ରାମ ଭିତରକୁ ପଶି ଆସିଥିଲା। ଗ୍ରାମବାସୀ ବାରହାକୁ ଘଉଡାଇବା ପାଇଁ ଚେଷ୍ଟା କରିବାରୁ ସେ ଏଣେତେଣେ ଦୌଡିଥିଲା। ଏହି ସମୟରେ ବଳଦ ବାନ୍ଧୁଥିବା ତ୍ରିଲୋଚନଙ୍କୁ ବାର୍‌ହା ଆକ୍ରମଣ କରିଥିଲା। ତାଙ୍କ ହାତରେ ଗଭୀର କ୍ଷତ ସୃଷ୍ଟି ହେବା ସହ ସେ ଜୀବନ ରକ୍ଷା ଲାଗି ନିକଟସ୍ଥ ପୋଖରୀକୁ ଡେଇଁପଡିଥିଲେ। ପରେ ବାର୍‌ହା ଝୁନାରାଣୀଙ୍କୁ ଆକ୍ରମଣକରି ଜଙ୍ଗଲକୁ ଚାଲିଯାଇଥିଲା। ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଭୟଙ୍କୁ ଛେଣ୍ଡିପଦା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ଝୁନାରାଣୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri