ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ ରହିଛନ୍ତି। ଅନ୍ୟ ବ୍ଲକ ଯଥା ଜଗତ୍‌ସିଂହପୁରରୁ ୬, ନାଉଗାଁ ୩ ଓ ରଘୁନାଥପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତିର୍ତ୍ତୋଲ ବ୍ଲକର ୧୭ ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୧୦, ଉତ୍ତରପ୍ରଦେଶରୁ ଜଣେ, ହରିୟାଣରୁ ଜଣେ, ତାମିଲନାଡୁରୁ ୩, କର୍ଣ୍ଣାଟକ ଜଣେ ଓ ପଶ୍ଚିମବଙ୍ଗରୁ ଜଣେ ଲେଖାଏ ଫେରିଛନ୍ତି। ସେହିପରି ଜଗତ୍‌ସିଂହପୁରର ୬ ଜଣଙ୍କ ମଧ୍ୟରୁ ଦିଲ୍ଲୀରୁ ୩, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଓ ତେଲେଙ୍ଗାନାରୁ ଜଣେ ଲେଖାଏ ଫେରି କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ନାଉଗାଁର ୩ ଜଣଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ଦିଲ୍ଲୀ ଏବଂ ବରଗଡ଼ରୁ ଜଣେ ଲେଖାଏ ଫେରିଛନ୍ତି। ରଘୁନାଥପୁରର ୩ ଜଣ ଯାକ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାଯାଇଛି ।
ସୂଚନାଯୋଗ୍ୟ, ଏହି ୨୯ ଜଣଙ୍କୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୦୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୩୦ ଜଣ ସୁସ୍ଥ ହୋଇଥିବା ବେଳେ ୭୮ ଜଣ ଚିକିତ୍ସାଧୀନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri