ଜଗତସିଂହପୁର ଜିଲାର ସମସ୍ତ ନମୁନା ନେଗେଟିଭ୍

ଜଗତ୍ସିଂହପୁର ଅଫିସ, ୫।୪: କରୋନା ଭୂତାଣୁ (କୋଭିଡ୍-୧୯ ) ସଂକ୍ରମଣକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଦେଖା ଦେଇଥିବା ଭୟ ଆପାତତଃ ଦୂର ହୋଇଛି। କାରଣ ଖବର ଲେଖାହେବା ଭିତରେଜଗତସିଂହପୁର ଜିଲାରୁ ଯାଇଥିବା ସମସ୍ତ 38ଟି ଯାକ ନମୁନା ରିପୋର୍ଟ ନେଗେଟିଭ୍ ଆସିଛି । ଏହି ସୂଚନା ଦେଇଛନ୍ତି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ଜିଲାପାଳ କହିଛନ୍ତି, ଦିଲ୍ଲୀ ନିଜାମୁଦ୍ଦିନ ତବଲିଗ ଜମାତ ଧର୍ମସଭାରୁ ଫେରିଥିବା ୨ ଜଣଙ୍କ ସମେତ ମୋଟ ୩୮ ଜଣଙ୍କ ଦେହରେ କରୋନା ଭୂତାଣୁ ଥିବା ସନ୍ଦେହ କରାଯାଇ ସେମାନଙ୍କ ସ୍ବାବ୍ ପରୀକ୍ଷା ପାଇଁ କଟକ ପଠାଯାଇଥିଲା। ଏହିସବୁ ନମୁନା କରୋନା ନେଗେଟିଭ୍ ଥିବା ଜଣାଯାଇଛି । ସେହିପରି ବିଦେଶରୁ ଫେରିଥିବା ଜିଲାର ୧୬୮ ଜଣଙ୍କୁ ଅଲଗା ଭାବେ ରହିବାକୁ ପରାମର୍ଶ ଦିଆଯାଇଥିଲା । ସେମାନେ ଏଥିମଧ୍ୟରେ ୧୪ ଦିନ କାଟି ସାରିଥିଲେ ସୁଦ୍ଧା ଅସୁସ୍ଥ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ମମତାଙ୍କୁ ଧୋକା ଦେଲେ ସାୟନି ଘୋଷ! ଟିଏମସି ଛାଡିବେ ଚର୍ଚ୍ଚିତ ନେତ୍ରୀ

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri