ଜଗତ୍‌ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ,୧୪।୬: ଜଗତ୍‌ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ବିରିଡ଼ିର ୭, ରଘୁନାଥପୁର ୨ ଓ ନାଉଗାଁ ବ୍ଲକ ଅଞ୍ଚଳର ୨ ଜଣ ରହିଛନ୍ତି । ବିରିଡ଼ିର ୭ ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୫, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ରାଜ୍ୟରୁ ଜଣେ ଲେଖାଏ ଫେରନ୍ତା ଅଛନ୍ତି ।
ସେହିପରି ରଘୁନାଥପୁରର ୨ ଜଣଙ୍କ ମଧ୍ୟରୁ ଜଣେ ଗୁଜୁରାଟ ଓ ଜଣେ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି । ନାଉଗାଁର ୨ ଜଣଙ୍କ ମଧ୍ୟରୁ ହରିୟାଣା ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ଫେରିଛନ୍ତି। ପ୍ରତ୍ୟେକ ଜିଲାର ବିଭିନ୍ନ କ୍ବାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ସେମାନଙ୍କୁ ଭୁବନେଶ୍ୱରସ୍ଥିତ କିମ୍ସ ଓ ପାରାଦୀପ କୋଭିଡ ହସ୍ପିଟାଲ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯାଉଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲାର ମୋଟ ୧୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ୬୮ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri