ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା ଲେଖାଏ ମୋଟ ୧୮ ଲକ୍ଷ ୭୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ଜଗତ୍‌ସିଂହପୁର ପୌର ପରିଷଦ ସମ୍ମିଳନୀ କକ୍ଷରେ ଏକ ଉତ୍ସବର ଆୟୋଜନ ହୋଇଥିଲା। ଜଗତ୍‌ସିଂହପୁର ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥିଭାବେ ଜଗତ୍‌ସିଂହପୁର ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇଥିଲେ। ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଏଡିଏମ୍‌ଓ ଡ. ବସନ୍ତ କୁମାର ପାଢୀ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପୌରାଞ୍ଚଳ ପରିଚାଳନାରେ ପରିବର୍ତ୍ତନ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ଅଙ୍ଗୀକାର ଅଭିଯାନ ସମ୍ପର୍କରେ ବିବରଣୀ ପାଠ କରିଥିଲେ ପରିଷଦ ନିର୍ବାହୀ ଅଧିକାରୀ ବିମଳ କୁମାର ଲେଙ୍କା। ସରୋଜ ଷଡ଼ଙ୍ଗୀ ସ୍ବାଗତ ଭାଷଣ ଓ ଇଂ. ଦେବବ୍ରତ ମିଶ୍ର ଧନ୍ୟବାଦ ଦେଇଥିଲେ। ଉତ୍ସବ ନେଇ ପୂର୍ବରୁ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ବକ୍ତୃତା, ରଚନା ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri