ଜଙ୍ଗଲକୁ ଛତୁ ଆଣିବାକୁ ଯିବା ହେଲା କାଳ: ଦନ୍ତାହାତୀ ଆକ୍ରମଣରେ ଯୁବକ ମୃତ

ବାଲିଶଙ୍କରା, ୧୫।୭ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବନରେଞ୍ଜର କିଞ୍ଚିରକେଲା ସେକ୍‌ସନ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୋମବାର ସକାଳେ ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଦନ୍ତାହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କିଞ୍ଚିରକେଲା ଗ୍ରାମ ଓଡିଆପଡାର କୁଶ ଦଣ୍ଡସେନା (୪୫)।
ଗ୍ରାମବାସୀଙ୍କ ସୂତ୍ରରୁ ଜଣାପଡ଼ିଛି ଯେ, ଓଡିଆପଡାର କୁଶ ଓ ଅନ୍ୟ ୩ ଯୁବକ ଏକାଠି ସାଙ୍ଗ ହୋଇ ପଡା ନିକଟସ୍ଥ ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିଲେ। ଛତୁ ସଂଗ୍ରହ କରୁଥିବାବେଳେ ହଠାତ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ। ହାତୀ ଗୋଡ଼ାଇବାରୁ ସମସ୍ତେ ଜୀବନ ବିକଳରେ ଏଣେତେଣେ ଦୌଡି ପଳାଇଥିଲେ। ମାତ୍ର କୁଶ (୪୫)ଙ୍କୁ ଶୁଣ୍ଢରେ ଧରି ହାତୀ କଚାଡି ଦଳିଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଅନ୍ୟମାନେ ଗ୍ରାମରେ ଖବର ଦେବାପରେ ଗ୍ରାମବାସୀ ଆସି ଦେଖିଥିଲେ। କିଞ୍ଚିରକେଲା ବନପାଳ ଅଶ୍ୱିନୀ ପଟେଲଙ୍କୁ ଖବର ଦେଇଥିଲେ। ଏହାପରେ ବନପାଳ ସହିତ ବନରକ୍ଷୀ ଆସି ମୃତଦେହ ପାଖରୁ ହାତୀକୁ ଘଉଡାଇଥିଲେ। ବନବିଭାଗ ତରଫରୁ ବନପାଳ ପଟେଲ ମୃତ କୁଶଙ୍କ ପରିବାରକୁ ଶବଦାହ ପାଇଁ ୧୦ ହଜାର ଟଙ୍କା ପ୍ରଦାନ କରିଥିଲେ। ପରେ ତାଙ୍କୁ ୪ ଲକ୍ଷ ଟଙ୍କା ଶୀଘ୍ର ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୃତଦେହକୁ କିଞ୍ଚିରକେଲା ପୋଲିସ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପ୍ରକାଶ ଯେ, ଝାଡ଼ଖଣ୍ଡରୁ ଏହି ଅଞ୍ଚଳକୁ ଆସିଥିବା ହାତୀପଲରୁ ଏହି ହାତୀ ଦଳ ଛଡ଼ା ହୋଇ ରହିଯାଇଛି। ହାତୀପଲ ଝାଡ଼ଖଣ୍ଡ ଫେରିଯାଇଥିଲେ ମଧ୍ୟ ଏହି ଦନ୍ତାହାତୀ ଏକୁଟିଆ ରହିଯାଇ ଉପଦ୍ରବ ଚଳାଇଛି। ଏହାକୁ ଅଞ୍ଚଳରୁ ଘଉଡ଼ାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri