ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତ ନିଷ୍ପତ୍ତିକୁ ସେମାନେ ବିରୋଧ କରିଥିଲେ। ଏହାଦ୍ୱାରା ବନବାସୀ ତଥା ଆଦିବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେବ ବୋଲି ଦର୍ଶାଇଥିଲେ। ଜଙ୍ଗଲ ଅଧିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ପୁନଃବିଚାର ଓ କେନ୍ଦ୍ରୀୟ ଜଙ୍ଗଲ ଆଇନ ପ୍ରତ୍ୟାହର ଦାବିରେ ଆସନ୍ତା ୩୦ ତାରିଖରେ ରାଜଧାନୀ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବନବାସୀ ସଂଗଠିତ ହୋଇ ପ୍ରତିବାଦ ଜଣାଇଛନ୍ତି। ଉକ୍ତ ସଭାରେ ବହୁ ସଂଖ୍ୟାରେ ଜଙ୍ଗଲ ବାସିନ୍ଦା ଓ ସେମାନଙ୍କ ପ୍ରତିନିଧି ଯୋଗ ଦେଇଥିଲେ।
ବର୍ଷିୟାନ ଆଦିବାସୀ ନେତା କାଲିୟାନ ବିରୁଆ ସଭାରେ ଅଧ୍ୟକ୍ଷତା କରିଥିଲେ। ଏସୟୁସିଆଇ (କମ୍ୟୁନିଷ୍ଟ) ରାଜ୍ୟ କମିଟି ସଦସ୍ୟ ତଥା ପୂର୍ବତନ ବିଧାୟକ ଶମ୍ଭୁନାଥ ନାଏକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଅନ୍ୟତମ ବକ୍ତାଭାବେ ସାଦ ଚରଣ ବଦ୍ରା, ମାଥୁରାମ ହେମ୍ବ୍ରମ, ଇସାଦ ବଦ୍ରା, ଚରଣ ତିରିଆ, ଲୋଧା ପିଙ୍ଗୁଆ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ଶିମିଳିପାଳ ଅଭୟାରଣ୍ୟରେ ଥିବା ଅସ୍ତକୁମାର, ବରେଇପାଣି ପଞ୍ଚାୟତ ସମେତ ବଳରାମପୁର, ଗଡ଼ଶିମିଳିପାଳ, କୁକୁର ଭୁକା, ମକାବାଳି,ସାରୁଦା, ବୁଢ଼ାବଳଙ୍ଗ ଆଦି ଗ୍ରାମର ଶତାଧିକ ମହିଳାପୁରୁଷ ଏଥିରେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ପୂର୍ବତନ ବିଧାୟକ ନାଏକ କହିଥିଲେ, ଜଙ୍ଗଲ ଅଞ୍ଚଳରୁ ଆଦିବାସୀଙ୍କୁ ବିସ୍ଥାପିତ କରାଗଲେ ସାରାଦେଶରେ ୧୧ ଲକ୍ଷ ଆଦିବାସୀ ପରିବାର କ୍ଷତିଗ୍ରସ୍ତ ହେବେ। କେନ୍ଦ୍ର ସରକାର ନୂତନ ଜଙ୍ଗଲ ଆଇନ ପ୍ରତ୍ୟାହାର କରି ବନବାସୀଙ୍କୁ ସୁରକ୍ଷା ଦେବା ଦରକାର। ତା’ ନ ହେଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ବକ୍ତାମାନେ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?