ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ

ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା ସମ୍ପର୍କୀୟା ବୋହୂ ନିଖୋଜଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ବୁଦୁନି ମୁଣ୍ଡାଙ୍କ ସହ ତାଙ୍କର ସମ୍ପର୍କୀୟା ବୋହୂ ଏବଂ ୩ ନାତିନାତୁଣୀ ଏକାଠି ମିଶି ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଜଙ୍ଗଲକୁ ଶନିବାର ସକାଳେ ଜାଳେଣିକାଠ ସଂଗ୍ରହ କରିବାକୁ ଯାଇଥିଲେ। ତେବେ କିଛି ସମୟ ପରେ ସମ୍ପର୍କୀୟା ବୋହୂ ତିନିଜଣ ପିଲାଙ୍କୁ ପାଣି ଆଣିବାକୁ ପଠାଇଥିଲେ। ପିଲାମାନେ ପାଣି ନେଇ ଫେରିବା ପରେ ଉଭୟଙ୍କୁ ଆଉ ଜଙ୍ଗଲରେ ଖୋଜି ନ ପାଇ ଘରକୁ ଫେରିଆସିଥିଲେ ଏବଂ ସମସ୍ତ କଥା ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଶନିବାରଠାରୁ ଖୋଜାଖୋଜି କରିବା ପରେ ରବିବାର ସକାଳେ ବଳିତା ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଠାବ କରିଥିଲେ। ଏ ନେଇ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ବୃଦ୍ଧାଙ୍କୁ ନୃଶଂସ ଭାବେ କେହି ହତ୍ୟାକରି ପୋଡ଼ି ଦେଇଥିବା ସନ୍ଦେହ କରାଯାଇଛି। ବୃଦ୍ଧାଙ୍କର ସମ୍ପର୍କୀୟା ବୋହୂ ନିଖୋଜ ରହିଥିବାରୁ ହତ୍ୟା ପଛରେ ତାଙ୍କର ହାତ ଥିବା ମୃତକଙ୍କ ପୁଅ ସାହେବ ମୁଣ୍ଡା ଅଭିଯୋଗ କରିଛନ୍ତି। ତେବେ ଏବେ ସୁଦ୍ଧା ସମ୍ପର୍କୀୟା ବୋହୂଙ୍କର କୋଣସି ଖୋଜଖବର ମିଳିପାରି ନ ଥିବା ବେଳେ ପୋଲିସ ସମସ୍ତ ପାରିପାଶର୍‌ବିକ
ଅବସ୍ଥାକୁ ଦୃଷ୍ଟିରେ ରଖି ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri