କାମ୍ପା ଫଣ୍ଡରେ ଓଡ଼ିଶାକୁ ମିଳିଲା ୫୯୩୩ କୋଟି

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା କର୍ତ୍ତୃପକ୍ଷ(କାମ୍ପା)ରେ ୨୦୦୬-୦୭ରୁ ୨୦୧୯ ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ୫୯୩୩ କୋଟି ୯୮ ଲକ୍ଷ ଟଙ୍କା ପାଇଛନ୍ତି। ଯୋଜନା କାର୍ଯ୍ୟକାରୀ ହେବାଠାରୁ ୨୦୦୯-୧୦ରୁ ୨୦୧୭-୧୮ ମଧ୍ୟରେ କେନ୍ଦ୍ର ସରକାର ଆଡ୍‌ହକ କାମ୍ପା ପାଣ୍ଠିରୁ ୨୦୬୪୪ କୋଟି ୧୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସମୁଦାୟ ଅର୍ଥରୁ ବିଭିନ୍ନ କାର୍ଯ୍ୟକ୍ରମରେ ୨୬୧୧ କୋଟି ୫୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ମୂଳ ପ୍ରଶ୍ନରେ କହିଥିଲେ ଯେ କାମ୍ପା ଯୋଜନା କାର୍ଯ୍ୟକାରୀ ହେବାଠାରୁ ଏ ପର୍ଯ୍ୟନ୍ତ କେନ୍ଦ୍ର ସରକାର କେତେ ଅର୍ଥ ଦେଇଛନ୍ତି । ଏହାକୁ କିଭଳି ଖର୍ଚ୍ଚ କରାଯାଇଛି। ଭାଜପା ସଭ୍ୟ ବିଷ୍ଣୁ ଚରଣ ସେଠୀ, ମୋହନ ମାଝି, ବିଜେଡି ସଭ୍ୟ ପ୍ରତାପ କେଶରୀ ଦେବ ପ୍ରମୁଖ ଅତିରିକ୍ତ ପ୍ରଶ୍ନରେ ଖର୍ଚ୍ଚ ବିଳମ୍ବ ହେବାର କାରଣ କ’ଣ। ଆମ୍ବ ଗଛ ଜାଗାରେ ଆମ୍ବଡ଼ା ଗଛ ଲଗାଇଲେ ତା’ର ଲାଭ କ’ଣ। ଆମାଜନ ଜଙ୍ଗଲ ଜଳିବା ପରେ ବାୟୁମଣ୍ଡଳରୁ ୨୦% ଅମ୍ଳଜାନ ନଷ୍ଟ ହୋଇଛି। ଏହାକୁ ଭରଣା କରିବା ପାଇଁ ଜଙ୍ଗଲ ବିଭାଗ କି ପଦକ୍ଷେପ ନେଇଛି। ମହାନଦୀ କୂଳର ଏକ କି.ମି. ବ୍ୟାସାର୍ଦ୍ଧ ମଧ୍ୟରେ କେତେ ଗଛ ଲଗାଯାଇଛି। ଜଙ୍ଗଲରେ ଗଛ ବଞ୍ଚିଛି କି ନାହିଁ ସେ କଥା ସରକାର ଦେଖିଛନ୍ତି କି। ବିଭାଗୀୟ ଅଧିକାରୀଙ୍କୁ ପଠାଇ ସେଗୁଡ଼ିକୁ ଦେଖିବେ କି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ ଜଙ୍ଗଲର ବୃଦ୍ଧି , ବନ୍ୟଜନ୍ତୁଙ୍କ ଆବାସସ୍ଥଳୀ ସୁରକ୍ଷା ଓ ପରିବେଶ ରକ୍ଷା ପାଇଁ କାମ୍ପା ପାଣ୍ଠିକୁ ବିନିଯୋଗ କରାଯାଉଛି। ରାଜ୍ୟର ବିଭିନ୍ନ ଜଙ୍ଗଲରେ ବ୍ୟାପକ ବୃକ୍ଷରୋପଣ ହେଉଛି। ୨୦୦୯-୧୭ ମଧ୍ୟରେ କେନ୍ଦ୍ର ସରକାର ଉକ୍ତ ଯୋଜନାରେ ୨୬୪୪.୧୫ କୋଟି ଟଙ୍କା ଦେଇଥିଲେ। ଚଳିତ ବର୍ଷ ଅଗଷ୍ଟ ମାସରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବୈଠକ ଡାକିଥିଲେ। ଏହି ବୈଠକ ପରେ କେନ୍ଦ୍ର ସରକାର ୫୯୩୩.୯୮ କୋଟି ଟଙ୍କା ଦେଇଛନ୍ତି। ଏହି ଅର୍ଥକୁ ଖର୍ଚ୍ଚ କରିବା ପାଇଁ ବାର୍ଷିକ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri