ଜଙ୍ଗଲରେ ଗୁଳି ଫୁଟିଲା, ଜଣେ ଗୁରୁତର

ଫୁଲବାଣୀ ଅଫିସ, ୨୨ା୬-ଖଜୁରିପଡା ବ୍ଲକ ସଦର ଥାନା ମାଣିଶ୍ୱର ଜଙ୍ଗଲରେ ଗୁଳି ଫୁଟିଛି। କାଠ କାଟୁଥିବା ବେଳେ ଗୁଳି ଆସି ଜଣେ ଯୁବକଙ୍କ ଗୋଡରେ ବାଜିଛି। ଗୁରୁତର ଯୁବକ ହେଲେ ଶଗଡକୁଟି ଗ୍ରାମର ସନାତନ କହଁର(୪୦)। ଗୁଳିମାଡର କାରଣ ଜଣାପଡି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି। ମିଳିଥିବା ସୁଚନା ଅନୁଯାୟୀ, ସନାତନ ତାଙ୍କ ସ୍ତ୍ରୀ ସୁଷମାଙ୍କ ସହ ଶୁକ୍ରବାର ଅପରାହ୍ନରେ ଜଙ୍ଗଲକୁ କାଠ କାଟିବାକୁ ଯାଇଥିଲେ। ସେଠାରେ କେହି ତାଙ୍କ ଉପରକୁ ୨ ରାଉଣ୍ଡ ଗୁଳି ମାଡ କରିଥିଲେ। ଗୁଳି ଦୁଇଟି ସନାତନଙ୍କ ଦୁଇ ଗୋଡରେ ବାଜିଥିଲା। ସ୍ତ୍ରୀ ସୁଷମା ଗ୍ରାମବାସୀଙ୍କୁ ଏ ନେଇ ଖବର ଦେଇଥିଲେ। ଗ୍ରାମବାସୀ ଏକ ଅଟୋରେ ସନାତନଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଥାନାରେ କେହି ଅଭିଯୋଗ କରି ନ ଥିବା ସଦର ଥାନାଧିକାରୀ ରାଧାକାନ୍ତ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri