ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି ପରିବାର ମାନଙ୍କର ସାମଗ୍ରୀକ ସ୍ବାର୍ଥ ରକ୍ଷା ହାସଲ କରିବା ଦିଗରେ ଦାୟିତ୍ୱରେ ଥିବା କର୍ମଚାରୀମାନେ ଯତ୍ନବାନ ହେବା ଲାଗି ଶନିବାର ମଧ୍ୟାହ୍ନରେ ଆସିକା ବ୍ଲକ ସଭା ଗୃହରେ ଅନୁଷ୍ଠିତ ଏକ କର୍ମଶାଳାରେ ପରାମର୍ଶ ଦିଆଯାଇଛି। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବିନାରାୟଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ଧରାକୋଟ, ସୋରଡା ଓ ଶେରଗଡ ବ୍ଲକର ବିଭାଗୀୟ କାର୍ଯ୍ୟକର୍ତ୍ତା ସାମିଲ୍‌ ହୋଇଥିଲେ। ଧରାକୋଟ ବ୍ଲକର ୭ ପଞ୍ଚାୟତର ୧୦୪୭ ପରିବାର, ସୋରଡା ବ୍ଲକର ୧୬ଟି ପଞ୍ଚାୟତରେ ୧୦୭୧ ପରିବାର ଓ ଶେରଗଡ ବ୍ଲକର ୪ଟି ପଞ୍ଚାୟତରେ ୮୯ ପରିବାର ରହିଥିବା ଆକଳନ କରାଯାଇଛି। ଏହି ପରିବାରର ଉପଭୋକ୍ତାମାନଙ୍କ ସାମାଜିକ ଓ ଅର୍ଥନୈତିକ ପ୍ରଗତି ନିମନ୍ତେ ଜଳ, ଜମି, ଜଙ୍ଗଲର ସଦୁପଯୋଗ ପୂର୍ବକ ଦୈନନ୍ଦିନ ଜୀବିକା ନିର୍ବାହରେ ଉନ୍ନତି ଆଣିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାତ୍ମାଗାନ୍ଧୀ ଜାତୀୟ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ସମ୍ପୃକ୍ତ ପରିବାରର ବ୍ୟକ୍ତିଗତ ସ୍ତରରେ ଉନ୍ନତି ନିମନ୍ତେ ଏହି ଯୋଜନା ଅନ୍ତର୍ଭୁକ୍ତ ଜଙ୍ଗଲ ଜମିର ସମତୁଲ, ଗଭୀର କୂପ, ଜିଆ ଖତ, ଗାଈ ଗୁହାଳ, ଛେଳି ଗୁହାଳ, କୁକୁଡା ଘର ଆଦି ପ୍ରକଳ୍ପ କାର୍ଯ୍ୟକାରୀ କରିବା ଲାଗି ବିଭାଗୀୟ କର୍ମଚାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ୩ଟି ବ୍ଲକର ସହକାରୀ ପ୍ରକଳ୍ପ ଅଧିକାରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜିଆର୍‌ଏସ୍‌ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri