ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିମାଡ଼ ଘଟଣା: ଦୁଇଜଣଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ବାଡ୍‌

ଭୁବନେଶ୍ୱର, ୮।୩(ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଷ୍ଟରେ ଗୁଳିକାଣ୍ଡ ଘଟଣାରେ ପୋଲିସ ଦନ୍ତ ଜାରି ରଖିଥିବାବେଳେ ଶନିବାର ସ୍ପେଶାଲ ସ୍କ୍ବାଡ୍‌ ସନ୍ଦେହରେ ୨ ଯୁବକଙ୍କୁ ଉଠାଇ ନେଇ ପଚରାଉଚରା କରୁଛି। ତଦନ୍ତରେ ବାଧା ସୃଷ୍ଟି କାରଣରୁ ପୋଲିସ କୌଣସି ତଥ୍ୟ ଦେଉ ନ ଥିଲେ ମଧ୍ୟ ମିଳିଥିବା ସୂଚନାନୁସାରେ, ତ୍ରିଶୂଳିଆ ନିକଟରୁ ସେମାନଙ୍କୁ ଉଠାଇ ନେଇ କୌଣସି ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି। ତେବେ ସେମାନେ ଅଭିଯୁକ୍ତ ବୋଲି ପୋଲିସ ଜାଣିପାରିଥିଲେ ମଧ୍ୟ ବନ୍ଧୁକ ଜବତ କରି ନ ଥିବାରୁ ସେନେଇ ଅଧିକ ଖୋଳତାଡ଼ ଚଳାଇଛି। ତେବେ ସେମାନେ ବନ୍ଧୁକ କେଉଁଠି ଲୁଚାଇ ରଖିଛନ୍ତି, ଏଥିରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବାକୁ ଚେଷ୍ଟା ଚଳାଇଛି ପୋଲିସ। ଅଟକ ଥିବା ଦୁଇ ଅଭିଯୁକ୍ତ ଛାତ୍ର ବୋଲି ଜଣାପଡିଛି। ଅନ୍ୟପକ୍ଷରେ ଗୁଳିମାଡର ଶିକାର ଛାତ୍ର ଅସୀମ୍‌ କାଲ୍‌ସଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଶନିବାର ପୋଲିସ ତାଙ୍କ ବୟାନ ରେକର୍ଡ କରିଛି। ଅସୀମ ରାଜଧାନୀର ଏକ ମ୍ୟାନେଜମେଣ୍ଟ କଲେଜର ପାଠ ପଢୁଥିବାବେଳେ ଲକ୍ଷ୍ନୌରେ ତାଙ୍କ ପରିବାର ରହୁଛନ୍ତି।

ସୂଚନା ମୁତାବକ, ବୁଧବାର ଶେଷ ସେମିଷ୍ଟର ପରୀକ୍ଷା ସରିବା ପରେ ମଧ୍ୟାହ୍ନରେ ଅସୀମ ସାଙ୍ଗମାନଙ୍କ ସହ ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟ୍‌କୁ ଖାଇବା ପାଇଁ ଯାଇଥିଲେ। ଏହାପୂର୍ବରୁ ବିଲ୍‌କୁ ନେଇ ୩ଜଣ ଦୁର୍ବୃତ୍ତଙ୍କ ସହ ରେଷ୍ଟୁରାଣ୍ଟ୍‌ ମାଲିକ ଓ କର୍ମଚାରୀଙ୍କର ଝଗଡ଼ା ହୋଇଥିଲା। ଦୁର୍ବୃତ୍ତମାନେ ପାଟିତୁଣ୍ଡ କରିବା ପରେ ଧମକ ଦେଇ କାର୍‌ରେ ଚାଲିଯାଇଥିଲେ। ଏହାର କିଛି ସମୟ ପରେ ଏକ ବାଇକରେ ୩ ଜଣ ମୁଖାଧାରୀ ଯୁବକ ସେଠାରେ ପହଞ୍ଚତ୍ ମାଲିକଙ୍କ କ୍ୟାଶ୍‌ କାଉଣ୍ଟର ନିକଟରେ ଠିଆହୋଇ ଫାଙ୍କା ଗୁଳି ଚାଳନା କରିଥିଲେ। ଗୁଳି ଶବ୍ଦ ଶୁଣି ରେଷ୍ଟୁରାଣ୍ଟରେ ମାଲିକ ସମେତ ଖାଉଥିବା ଅସୀମ ଓ ଅନ୍ୟମାନେ ଭୟରେ ଏଣେତେଣେ ଦୌଡ଼ିଥିଲେ। ରେଷ୍ଟୁରାଣ୍ଟ ମାଲିକଙ୍କୁ ଲକ୍ଷ୍ୟ କରି ଗୁଳି ଚଳାଇବା ବେଳେ ତାହା ଅସୀମଙ୍କ ପିଠିରେ ବାଜିଥିଲା। ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡ଼ି ଚିତ୍କାର କରୁଥିବାବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ପାଟିତୁଣ୍ଡକୁ ନେଇ ଏହି ଗୁଳିମାଡ଼ ଘଟିଛି ନା ଏହା ପଛରେ ଆଉ କିଛି ରହସ୍ୟ ଅଛି ସେନେଇ ଖୁବ୍‌ଶୀଘ୍ର ଘଟଣା ପଦାକୁ ଆସିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri