ଜଟଣୀ: ୧୯ ବିଦେଶ ଫେରନ୍ତା ହୋମ୍‌ ଆଇସୋଲେଶନ୍‌ରେ

ଜଟଣୀ/ଯାଁଳା,୨୨।୩(ଡି.ଏନ.ଏ.): ଜଟଣୀ ଥାନା ଅଞ୍ଚଳକୁ ଆଉ ୩ ଜଣ ବିଦେଶରୁ ଫେରିଥିବା ଶନିବାର ଜଣାପଡ଼ିଥିଲା। ସେମାନଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଜିତେନ୍ଦ୍ର କୁମାର ପଣ୍ଡା କହିଛନ୍ତି। ଏହି ୩ ଜଣଙ୍କୁ ମିଶାଇ ଜଟଣୀରେ ୧୯ ଜଣ ବିଦେଶ ଫେରନ୍ତା ହୋମ୍‌ ଆଇସୋଲେଶନ୍‌ରେ ରହିଛନ୍ତି। ସେମାନଙ୍କୁ ଧାରାବାହିକ ଭାବେ କାଉନ୍‌ସେଲିଂ କରାଯିବା ସହ ବିଭିନ୍ନ ପ୍ରକାର ପରାମର୍ଶ ଦିଆଯାଉଛି। ସ୍ବାସ୍ଥ୍ୟକେନ୍ଦ୍ରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲା ଯାଇଥିବା ସେ ସୂଚନା ଦେଇଛନ୍ତି।

କରୋନା ଭୂତାଣୁ ମୁକାବିଲା ପାଇଁ ଶନିବାର ଅପରାହ୍ନରୁ ଜଟଣୀ ଅଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ସନ୍ଧ୍ୟା ପରଠାରୁ ରାସ୍ତାରେ ଲୋକଙ୍କ ଚଳପ୍ରଚଳ କମି ଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ଆଗରେ କେତେଜଣଙ୍କୁ ଦେଖିବାକୁ ମିଳିଥିଲା। ସରକାରଙ୍କ ନିର୍ଦ୍ଦେଶନାମା ମୁତାବକ ଅତ୍ୟାବଶ୍ୟକ ସାମଗ୍ରୀ ଛାଡ଼ି ଅନ୍ୟ ଦୋକାନ ବନ୍ଦ ରହିଛି। ମ୍ୟୁନିସିପାଲିଟି ଓ ଜଟଣୀ ଥାନା ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଏହି ଭୂତାଣୁର ମୁକାବିଲା ପାଇଁ କିପରି ସତର୍କତା ଅବଲମ୍ବନ କରାଯିବ ସେ ନେଇ ପ୍ରଚାର କରାଯାଇଥିଲା। ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ଅଞ୍ଚଳରେ ମଧ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର କୁହନ୍ତି, ସରକାରଙ୍କ ସମସ୍ତ ନିର୍ଦ୍ଦେଶନାମାକୁ ପାଳନ କରାଯାଉଛି। ସେଥିପାଇଁ ବ୍ୟାପକ ପ୍ରଚାର ପ୍ରସାର କରାଯାଉଛି। ତେବେ ଖାଦ୍ୟ ସାମଗ୍ରୀ ମିଳୁଥିବା ହୋଟେଲଗୁଡିକରେ ଯେପରି ୭ ଜଣରୁ ଅଧିକ ଗ୍ରାହକ ସମାବେଶ ନ ହେବ, ରହିଥିବା ନିୟମ ଅନୁଯାୟୀ ବ୍ୟବଧାନ ନିର୍ବାହ କରିବେ ସେଥିପାଇଁ ହୋଟେଲଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?