Posted inଖେଳ

ଜଣଙ୍କ ସହ ୪ ବର୍ଷ ଲିଭ୍‌-ଇନ୍‌ ରିଲେସନ୍‌ଶିପରେ ରହି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିଲେ ଏହି କ୍ରିକେଟର

ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ମସିହା ଡିସେମ୍ବର ୧୨ରେ ଚଣ୍ଡିଗଡରେ ଜନ୍ମଗ୍ରହଣ କରିଥିବା ଯୁବରାଜ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି। ଯଦିଓ ସେ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂ କ୍ରେଜ୍‌ ଆଜିବି ଅଭୁଲା ହୋଇ ରହିଛି। କ୍ରିକେଟରେ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ। ଖାସ ଭାବେ ବଲିଉଡ ଅଭିନେତ୍ରୀଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସବୁଠି ଚର୍ଚ୍ଚା ହେଉଥିଲା। ଜାଣନ୍ତୁ ତାଙ୍କ ପ୍ରେମିକାଙ୍କ ସମ୍ପର୍କରେ

କିମ ଶର୍ମା: ଫିଲ୍ମ ‘ମହବତେ’ ଅଭିନେତ୍ରୀ କିମ ଶର୍ମାଙ୍କ ନାମ ଯୁବରାଜଙ୍କ ସହ ଯୋଡ଼ି ହୋଇଥିଲା। ଏହି ଯୋଡିକୁ ନେଇ ଉକ୍ତ ସମୟରେ ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଥିଲା। ପାଖାପାଖି ୪ ବର୍ଷ ଲିଭ-ଇନ୍‌ରେ ରହିବା ପରେ ୨୦୦୭ରେ ସେମାନେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। କୁହାଯାଏ, ଯୁବରାଜଙ୍କ ମା’ ଶବନମ କିମଙ୍କୁ ପସନ୍ଦ କରୁ ନ ଥିଲେ। ତେଣୁ ମା’ଙ୍କ କଥା ମାନି ଯୁବରାଜ କିମଙ୍କଠାରୁ ଦୂରେଇ ଯାଇଥିଲେ।

ଦୀପିକା ପାଦୁକୋନ: ୨୦୦୭ରେ ଯୁବରାଜଙ୍କ କ୍ୟାରିୟର ଭଲ ଚାଲିଥିଲା। ଟି-୨୦ ବିଶ୍ୱକପ ସମୟରେ ତାଙ୍କ ବ୍ୟାଟିଂ ଖୁବ ଚର୍ଚ୍ଚାରେ ଥିଲା। ଏହି ସମୟରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସହ ତାଙ୍କ ନାମ ଯୋଡ଼ି ହୋଇଥିଲା। ଦୀପିକା ତାଙ୍କ ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ମଧ୍ୟ ପହଞ୍ଚି ଯାଉଥିଲେ। ମାତ୍ର ଏହି ଯୋଡି ବେଶୀ ଦିନ ପର୍ଯ୍ୟନ୍ତ ତିଷ୍ଠି ପାରି ନ ଥିଲା।

ପ୍ରୀତି ଜିଣ୍ଟା: ଦୀପିକାଙ୍କ ସହ ପ୍ରେମ ସମ୍ପର୍କ ଭାଙ୍ଗିବା ପରେ ଯୁବରାଜ ପ୍ରୀତି ଜିଣ୍ଟାଙ୍କ ନିକଟତର ହୋଇଥିଲେ। ଏହାର କାରଣ ଥିଲା ଆଇପିଏଲ। ପ୍ରୀତି ‘କିଙ୍ଗ ଇଲେଭେନ ପଞ୍ଜାବ’ ଟିମର ସହମାଲିକାଣୀ ଥିବାବେଳେ ଯୁବରାଜ ଏହି ଟିମ ପକ୍ଷରୁ ଖେଳୁଥିଲେ। ମ୍ୟାଚ ସମୟରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ବଢ଼ିଲା। ମାତ୍ର ସେମାନେ ଏହି ସମ୍ପର୍କକୁ ବନ୍ଧୁତ୍ୱର ନାମ ଦେଇଥିଲେ।

ରିୟା ସେନ: ରିୟା ସେନ୍‌ ସହ ଯୁବରାଜଙ୍କ ନାମ ଖୁବ ଚର୍ଚ୍ଚାରେ ଥିଲା। ଏହି ଯୋଡିଙ୍କୁ ଅଧିକାଂଶ ସମୟରେ ଏକାଠି ଦେଖିବାକୁ ମିଳୁଥିଲା। ମାତ୍ର ସେମାନେ ନିଜ ସମ୍ପର୍କକୁ ନେଇ କେବେ ହେଲେ ମୁହଁ ଖୋଲି ନାହାନ୍ତି। କିଛି ଦିନ ପରେ ଏହି ସମ୍ପର୍କରେ ମଧ୍ୟ ପୂର୍ଣ୍ଣଛେଦ ପଡ଼ିଲା। ଖାଲି ସେତିକି ନୁହେଁ ଯୁବରାଜଙ୍କ ନାମ ଅହୁରି ଅନେକ ବଲିଉଡ ଅଭିନେତ୍ରୀଙ୍କ ସହ ମଧ୍ୟ ଯୋଡ଼ି ହୋଇଛି। ସେମାନେ ହେଲେ ମିନିଷା ଲାମ୍ବା, ସୁପର ମଡେଲ ଆଞ୍ଚଲ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri