ଜନତା କର୍ଫ୍ୟୁ: ଘରୁ ନ ବାହାରିବା ପାଇଁ ପରାମର୍ଶ, କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ

ଭୁବନେଶ୍ୱର,୨୨।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସଚେତନତା ଓ କଟକଣାକୁ ଆହୁରି ବ୍ୟାପକ କରିବାକୁ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଛି। ଏହାକୁ ସଫଳ କରିବା ସହ ସୁରକ୍ଷା ବ୍ୟବସ୍ଥାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଶନିବାର ସମସ୍ତ ଥାନା ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଏହି ୧୪ ଘଣ୍ଟା ଘରୁ ନ ବାହାରିବାକୁ କମିଶନର ସହରବାସୀଙ୍କୁ ପରାମର୍ଶ ଦେବା ସହ ପୂରା ସ୍ଥିତି ଉପରେ ନଜର ରଖିବାକୁ ଥାନାଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜାରି ଗାଇଡ୍‌ଲାଇନ୍‌ ଅନୁସାରେ କେଉଁ ଦୋକାନ ଖୋଲା ରହିବ ଓ କେଉଁ ଦୋକାନ ବନ୍ଦ ରହିବ ତାହା ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି। ସେହିଭଳି ଜନସମାଗମ ଓ ଭିଡ଼ ଦେଖିଲେ ତୁରନ୍ତ ପୋଲିସ ସେଠାରେ ପହଞ୍ଚତ୍ ହଟାଇବେ। ଏହାକୁ ବିଖାତିର କରୁଥିଲେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ବା ଅନୁଷ୍ଠାନ କିଛି କାର୍ଯ୍ୟକ୍ରମ କରନ୍ତି ତେବେ ଆୟୋଜକ ବା ଅନୁଷ୍ଠାନ ମୁଖ୍ୟଙ୍କ ବିରୋଧରେ ପଦକ୍ଷେପ ନିଆଯିବ। ଏହାସହ ରାସ୍ତାରେ ଯେପରି କଟକଣା ରହିଥିବା ଗାଡ଼ିମୋଟର ଚଳାଚଳ ନ ହେବ ଓ ଜରୁରୀ ସେବା ଯୋଗାଉଥିବା ଗାଡି ଗନ୍ତବ୍ୟସ୍ଥଳ ସଂକ୍ରାନ୍ତ ପ୍ରମାଣପତ୍ର ଦେଖାଇବେ ତାହା ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି କୌଣସି ଘରୋଇ ସଂସ୍ଥା କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଉଥିଲେ କାର୍ଯ୍ୟାନୁଷ୍ଠାନ ହେବ। ଏସବୁ ଉପରେ ନଜର ରଖିବା ସହ ଯାଞ୍ଚ ପାଇଁ ରାଜଧାନୀରେ ଆଉ ୫ ପିସିଆର୍‌ ଭ୍ୟାନ୍‌କୁ ନିୟୋଜିତ କରାଯାଇଥିବା କମିଶନର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri