ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ ଥାନାରେ ବିଡିଓଙ୍କ ନାମରେ ଏତଲା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସମିତିସଭ୍ୟାଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍ ହେଉନାହିଁ। ଅଗଷ୍ଟ ୨୨ ମଧ୍ୟାହ୍ନ ୧୨ଟାରେ ସେ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ଏଥିରେ ବିଡିଓ ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ପ୍ରକୋଷ୍ଠରୁ ବାହାର କରିଦେଇଥିଲେ ବୋଲି ସେ ଜିଲାପାଳଙ୍କ ନିକଟରେ କରିଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେ ସୂଚନା ଦେଇଛନ୍ତି।
ଆସିଥିବା ଅଭିଯୋଗର ପ୍ରତିକ୍ରିୟାରେ ବିଡିଓ କୁହନ୍ତି, ସମିତିସଭ୍ୟାଙ୍କ ଏପରି ଅଭିଯୋଗ ଅଭ୍ୟାସଗତ। ଏଥିପୂର୍ବରୁ ମଧ୍ୟ ସେ ଜଣେ ଏବିଡିଓଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିଲେ। ପ୍ରକୋଷ୍ଠକୁ ଆସି ପାଟିତୁଣ୍ଡ କରିଥିଲେ। ଆଗରୁ ମଧ୍ୟ ଅନେକ ଥର ସେ ଏପରି ଆଚରଣ ପ୍ରଦର୍ଶନ କରିଥିବା ବିଡିଓ ସ୍ପଷ୍ଟୀକରଣ ରଖିଛନ୍ତି। ସେହିପରି ଥାନାଅଧିକାରୀ ଅନାଦି ଚରଣ ପଟ୍ଟାୟତ କୁହନ୍ତି, ଘଟଣାର ତଦନ୍ତ କରାଯାଇଥିଲା। ବିଡିଓଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଜଣାପଡ଼ିଛି। ତେବେ ଥାନାଧିକାରୀଙ୍କ ମତକୁ ନେଇ ସମିତିସଭ୍ୟା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମର୍ଥନ କରୁଛି। ଅଭିଯୋଗ ପରେ ମାମଲା ରୁଜୁ କରାଯାଉନାହିଁ। ସମସ୍ତ ଘଟଣାବଳୀ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ମତାମତ ଲୋଡ଼ାଯାଇଥିଲା। ସେ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇଛନ୍ତି। ସମିତିସଭ୍ୟା ଲିଖିତ ଆକାରରେ ଦେଲେ ଆଲୋଚନା କରାଯିବ।
ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା
Posted inଆମ ଜିଲା ଖବର, ଢେଙ୍କାନାଳ View All
ବର୍ଜ୍ୟବସ୍ତୁ ପରିଚାଳନା ଠପ୍, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…
ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍ ଘୋଷଣା
ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…
ଯାଉଥିଲେ ବିଧାୟକ, ହଠାତ୍ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…
କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…
ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ
ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ବିନା ବିଦ୍ୟୁତ୍ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ
ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍…
ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…
କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…
ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ
କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…
ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…
ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…
Archives

