ଜନଶୁଣାଣିରେ ଜିଲାପାଳଙ୍କ ଚେତାବନୀ:୬୦% ଅଭିଯୋଗ ସମାଧାନ ନ କଲେ ଦରମା ବନ୍ଦ

କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍‌ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ କରାଯିବ। ସୋମବାର କୁଜଙ୍ଗ ସୂଚନା ଭବନ ସମ୍ମୁଖରେ ଅୟୋଜିତ ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଏହି ସୂଚନା ଦେଇଛନ୍ତି। ମହାପାତ୍ର କହିଲେ, ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳର ଜନଶୁଣାଣି ଓ କାର୍ଯ୍ୟାନୁଷ୍ଠାନ ଉପରେ ଅଧିକ ଗୁରୁତ୍ୱାରୋପ କରି ଜିଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି। ଜଗତ୍‌ସିଂହପୁର ଜିଲାର କୁଜଙ୍ଗ, ତିର୍ତୋଲ, ରଘୁନାଥପୁର, ଜଗତ୍‌ସିଂହପୁର, ଏରସମା, ବାଲିକୁଦା ଅଞ୍ଚଳର ଅଧିକାରୀମାନେ ଅଭିଯୋଗ ପାଇ ଠିକ୍‌ ସମୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ସମସ୍ତ ଅଭିଯୋଗ ଗୁଡିକର ନ କଲ ଜିଲାପାଳଙ୍କ କମ୍ପ୍ୟୁଟରରୁ ଅଫିସରମାନେ ଚାହିଁଲେ ଦେଖିପାରିବେ। ୬୦ଟି ଅଫିସ ଜିଲାପାଳଙ୍କୁ ଏ ପର୍ଯ୍ୟନ୍ତ କୌଣସି ଉତ୍ତର ଦେଇ ନାହାନ୍ତି। ୨ଟି ଅଭିଯୋଗ ପାଇଥିଲେ ଗୋଟିଏ ଓ ତିନୋଟି ପାଇଥିଲେ ଦୁଇଟି ଅଭିଯୋଗ ଅଧିକାରୀମାନେ ସମାଧାନ କରିବାକୁ ପଡ଼ିବ।
ଜନଶୁଣାଣିରେ ଏସ୍‌ପି ପ୍ରଭାସ ରଙ୍ଗରାଜ, ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀର, ଉପଜିଲାପାଳ ହେମେନ୍ଦ୍ରନାଥ ମହାନ୍ତି, ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଅତିରିକ୍ତ ବିଡିଓ ସନ୍ତୋଷ ଶତପଥୀଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣିଥିଲେ। କୁଜଙ୍ଗ ବରିଷ୍ଠ ନାଗକରିକ ମଞ୍ଚ ପକ୍ଷରୁ ଆର୍‌ଟିଓ ଅଫିସ ଖୋଲାଯିବା ଓ ଜଗନ୍ନାଥପୁର ମୌଜା ମଧ୍ୟରେ ରାସ୍ତା ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ସ୍ଥାନାନ୍ତର ପାଇଁ ମହିଳାମାନେ ଜିଲାପାଳଙ୍କୁ ଲିଖିତଭାବେ ଜଣାଇଥିଲେ। ଶିବିରରେ ମୋଟ ୧୭୩ ଅଭିଯୋଗ କରାଯାଇଥିଲା। ସେଥିରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସମନ୍ଧୀୟ ୩, ଗ୍ରାମ ସମସ୍ୟା ୨୭, ରେ୍‌ଡକ୍ରସ୨, ବିଜୁ ପକାଘର୬୧, ସାଧାରଣ ବଣ୍ଟନ ବ୍ୟବସ୍ଥା ୧୮, ବାର୍ଦ୍ଧକ ଭତ୍ତା ୭, ବିଦ୍ୟୁତ ୧, ଜମିଜମା ୮, ଆଇନଗତ ଅଭିଯୋଗ ୩, କାଳିଆ ଯୋଜନା ୨, ଅନ୍ୟ ୩୬ଟି ଅଭିଯୋଗ ରହିଥିଲା। ଜିଲାପାଳ ୫ଟି ମାମଲାର ସମାଧନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri